ବେଆଇନ ଛଟେଇ: ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ

ବଞ୍ଚୋ,୧୧।୫(ପ୍ରଦୋଷ ବିଶ୍ୱାଳ): ଟାଟା ପାୱାର ବିରୋଧରେ ତାତିଲେ ଠିକା କର୍ମଚାରୀ। ବେଆଇନ ଛଟେଇକୁ ବିରୋଧ କରି ନିର୍ବାହୀଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ କର୍ମଚାରୀ ନାରାବାଜି କରିବା ସହ ପ୍ରତିବାଦ କରିଛନ୍ତି। ଆନନ୍ଦପୁର ଉପଖଣ୍ଡ ବିଦ୍ୟୁତ ବିଭାଗର ଘରୋଇ ସଂସ୍ଥା ଟିପିଏନଓଡିଏଲ (TPNODL) ବହୁ ଠିକା କର୍ମଚାରୀଙ୍କୁ ଛଟେଇ କରିଛି। ଏହାକୁ ବିରୋଧ କରି ସଂସ୍ଥାର ସିଇଓ (CEO)ଙ୍କ ଉଦ୍ଦେଶ୍ୟରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

ଦାବି ପୂରଣ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି କର୍ମଚାରୀମାନେ ପ୍ରକାଶ କରିଛନ୍ତି। ଦୀର୍ଘ ଦିନ ଧରି ଏହି ଘରୋଇ ସଂସ୍ଥାରେ ଠିକା କର୍ମଚାରୀ ଭାବେ ନିଯୁକ୍ତି ପାଇ କାର୍ଯ୍ୟ କରିବା ପରେ, ହଠାତ୍‌ ଛଟେଇ କରାଯିବାକୁ କର୍ମଚାରୀମାନେ ସହଜରେ ଗ୍ରହଣ କରିପାରୁନାହାନ୍ତି। ଯଦି ଏହି ବେଆଇନ ଛଟେଇ ବନ୍ଦ କରାନଯାଏ, ତେବେ ଶହ ଶହ କର୍ମଚାରୀ ରାଜରାସ୍ତାକୁ ଓହ୍ଲାଇବା ସହିତ ଆଗାମୀ ଦିନରେ ଭୟଙ୍କର ଆନ୍ଦୋଳନ କରିବେ ବୋଲି ଠିକା କର୍ମଚାରୀ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ଆଫଗାନିସ୍ତାନ ସୀମାରେ ପାକ୍‌ର ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ

ଇସ୍‌ଲାମାବାଦ,୨୯ା୬: ଆଫଗାନିସ୍ତାନ ସୀମାରେ ପାକିସ୍ତାନୀ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୨୯ଜଣ ଆତଙ୍କବାଦୀ ନିହତ ହୋଇଥିବା ଇସ୍‌ଲାମାବାଦ ସୋମବାର କହିଛି। ଏହି ସଦ୍ୟ ଉତ୍ତେଜନାକୁ ନେଇ ଉଭୟ କାବୁଲ…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri