ବ୍ରାହ୍ମଣୀ ବ୍ରହ୍ମପୁର ବାଲିଘାଟରୁ ବେଆଇନ ଉତ୍ତୋଳନ

କବାଟବନ୍ଧ,୧୬ା୫(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ଜେନାପୁର ବ୍ରିଜ ନିକଟ ବ୍ରାହ୍ମଣୀ ନଦୀକୂଳ ପଠାରୁ ଅନୁମତି ନ ଥାଇ ବାଲି ଉଠାଣ ହେଉଛି। ଏନେଇ ନଦୀ ତଟବର୍ତ୍ତୀ ବ୍ରହ୍ମପୁର ଗ୍ରାମବାସୀ ଧର୍ମଶାଳା ତହସିଲଦାରଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ବ୍ରହ୍ମପୁର ଗ୍ରାମଟି ସରକାରୀ ଭାବେ ବନ୍ୟା ପ୍ଲାବିତ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ବନ୍ୟା ସମୟରେ ସେହି ଗ୍ରାମର ସମସ୍ତ ଘର ଜଳମଗ୍ନ ହୋଇଯାଇଥାଏ। ଏହି ଦୃଷ୍ଟିରୁ ବାଲି ସୈରାତଟି ସେହି ଗ୍ରାମର ଉପରଭାଗରେ ନିର୍ଦ୍ଧାରଣ କରାଯାଇଛି। ବାଲି ଖନନ ଓ ପରିବହନ କରାଗଲେ ନଦୀର ସ୍ରୋତ ବଦଳି ଯିବ ଏବଂ କୂଳ ଲଂଘି ବହୁ ପରିମାଣର ଚାଷ ଜମି ତଥା ଘର ନଦୀର ଗର୍ଭରେ ଲୀନ ହେବା ଆଶଙ୍କା ରହିଛି। କିନ୍ତୁ ଦୁର୍ଭାଗ୍ୟ ଯେ, ରସୁଲପୁର ତହସିଲର ଯାବରା ମୌଜାର ବାଲି ସୈରାତରୁ ଉକ୍ତ ମୌଜା ଦେଇ ସରକାରଙ୍କ ତରଫରୁ ଖନନ ଓ ପରିବହନ ବ୍ୟବସ୍ଥା ଥିବାବେଳେ ଧର୍ମଶାଳା ତହସିଲ ବ୍ରହ୍ମପୁର ମୌଜା ଦେଇ ପରିବହନ କରାଯାଉଛି। ବ୍ରହ୍ମପୁର ମୌଜା ଦେଇ ବାଲି ପରିବହନକୁ ବନ୍ଦ କରା ନ ଗଲେ ଗ୍ରାମବାସୀ ରାସ୍ତାକୁ ଓହ୍ଲାଇବାକୁ ବାଧ୍ୟ ହେବେ ବୋଲି ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri