ବେଆଇନ ମଦ କାରବାର: ଚଢାଉ ବେଳେ ଅବକାରୀ ଟିମ ଉପରେ ଆକ୍ରମଣ, ଭାଙ୍ଗିଲା ଗାଡ଼ି

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମରେ ଗୁରୁବାର ସାରେ ବେଆଇନ ମଦ କାରବାର ନେଇ ଚଢାଉ ସମୟରେ ଅବକାରୀ ବିଭାଗର ଏକ ଟିମ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଜଣେ ଅବକାରୀ କନଷ୍ଟେବଳ ରାଜେଶ ରାଉତ ଆହତ ହୋଇଥିବା ବେଳେ ଅଭିଯୁକ୍ତମାନେ ଅବକାରୀ ବିଭାଗର ଗାଡି ମଧ୍ୟ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଏତଲା ପାଇବା ପରେ ବରଗଡ଼ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, କଟାପାଲି ଗ୍ରାମର ନରେଶ ବେହେରାଙ୍କ ଗାଡ଼ି ଯାଞ୍ଚ ବେଳେ ଅବକାରୀ ଟିମ ବିପୁଳ ପରିମାଣର ମହୁଲି ମଦ ଜବତ କରିଥିଲେ । ତେବେ ଚଢାଉ ସମୟରେ ନରେଶ ଏବଂ ତାଙ୍କ ସ୍ତ୍ରୀ ରୀତା, ପୁଅ ସହଦେବ ମଦ ଛଡାଇବାର ଉଦ୍ୟମ କରିବା ସହ ଅବକାରୀ ବିଭାଗର କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣରେ କନେଷ୍ଟବଳ ରାଜେଶ ରାଉତ ଲହୁଲୁହାଣ ହୋଇଥିଲେ । ସେହିପରି ଅବକାରୀ ବିଭାଗର ଗାଡ଼ିକୁ ମଧ୍ୟ ଭଙ୍ଗାରୁଜା କରାଯାଇଥିଲା । ଅବକାରୀ ବିଭାଗ ମଦବେପାରୀ ନରେଶ ଏବଂ ତାଙ୍କ ସ୍ତ୍ରୀ ରୀତାଙ୍କୁ ଗିରଫ କରିଛି । ଏ ନେଇ ଅବକାରୀ ବିଭାଗ ପକ୍ଷରୁ ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଛି ବୋଲି ଅବକାରୀ ଥାନା ଆଇଆଇସି ସ୍ବପ୍ନାରାଣୀ ଟେଟେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri