ଜଙ୍ଗଲରେ ଚାଲିଥିଲା ବେଆଇନ ମଦ ବେପାର, ଅଚାନକ ମାଡି ବସିଲା ଅବକାରୀ ବିଭାଗ, ଆଉ ତା’ପରେ…

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଚୋରା ମଦ ଧରପକଡକୁ ଜୋରଦାର କରାଯାଇଛି। ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ସଦଳବଳେ ସୋମବାର ସକାଳେ ଦିଗପହଣ୍ଡି ଥାନା ଅନ୍ତର୍ଗତ କେରାଣ୍ଡିମାଳ ପାହାଡ଼ର ନୂଆଗାଁ, ଢେପାଗୁଡା ଗ୍ରାମ ନିକଟ ପାହାଡିଆ ଦୁର୍ଗମ ଜଙ୍ଗଲ ଓ ଝରଣା ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରି ଚୋରା ମଦ ଭାଟି ସମ୍ପୂର୍ଣ୍ଣ ନଷ୍ଟ କରିଥିବା ଜଣାପଡିଛି। ଜଙ୍ଗଲ ମଧ୍ୟରେ ଚାଲିଥିବା ବେଆଇନ ମଦ ଭାଟିରେ ଦେଶୀମଦ ପ୍ରସ୍ତୁତି ପାଇଁ ବ୍ୟବହୃତ ପ୍ରାୟ ୧୨ଶହ ଲିଟର ଗୁଡ଼ ପିଡ଼ିଆ ପୋଚ ଓ ୯୦ ଲିଟର ଅପମିଶ୍ରିତ ଦେଶୀମଦ ସହ ୬ ଟି ପ୍ଲାଷ୍ଟିକ ଡ୍ରମକୁ ଜବତ କରାଯାଇଛି। ଏହି ମଦ ପ୍ରସ୍ତୁତି ଓ ଚୋରାଚାଲାଣରେ ସମ୍ପୃକ୍ତ ବଡ଼ଡୁମ୍ବୁଳା ପଞ୍ଚାୟତ ନୂଆଗାଁର ମୁନା ମଲ୍ଲିକ ଏବଂ ଡେଙ୍ଗାପଦର ପଞ୍ଚାୟତ ଢେପାଗୁଡ଼ା ଗ୍ରାମର ବୁଦ୍ଧିଆ ମଲ୍ଲିକଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଛି। ସେହିପରି ଦିଗପହଣ୍ଡି ଅବକାରୀ ଥାନା ଓଆଇସି ଅନିତା ପ୍ରଧାନ, ଏଏସଆଇ ଏନ. ତ୍ରିପତି, କନେଷ୍ଟବଳ ରାଜେଶ କୁମାର ଜେନା,ବଳରାମ ପାତ୍ର,ପୃଥ୍ବୀରାଜ ସ୍ବାଇଁ ପ୍ରମୁଖ ରବିବାର ସନ୍ଧ୍ୟାରେ ଆଦିବାସୀ ବହୁଳ ତେଲିଆପଲ୍ଲି, ନୂଆଗାଁ ପ୍ରଭୃତି ଗ୍ରାମରେ ଚଢ଼ାଉ କରି ୭୯ ଲିଟର ଦେଶୀମଦ ଜବତ କରିଥିଲେ। ମଦ ବିକ୍ରି ଓ ଚୋରାଚାଲାଣରେ ସମ୍ପୃକ୍ତ ଥିବା ଢେପାଗୁଡ଼ା ଗ୍ରାମର ରାକେଶ ମଲ୍ଲିକ,ବିରିବାଡ଼ିଆ ଗ୍ରାମର କୈଳାସ ମଲ୍ଲିକ ଏବଂ ନୂଆଗାଁର ବିଷ୍ଣୁ ମଲ୍ଲିକଙ୍କୁ ଗିରଫ କରାଯାଇ ସୋମବାର କୋର୍ଟଚାଲାଣ କରାଯାଇଥିବା ଅବକାରୀ ଓଆଇସି କହିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ…

ବିବାହିତ ମହିଳାଙ୍କୁ ପ୍ରେମ କରୁଥିଲେ ୨ ଯୁବକ, ଜଣାପଡିବା ପରେ ଖଣ୍ଡାଯୁଦ୍ଧ, ପୂରା ଘଟଣା ଜାଣିଲେ…

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri