ବେଆଇନ ମଣ୍ଡପ ସିଲ୍‌

ବାରିପଦା ଅଫିସ,୨୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପୌରପାଳିକାର ବିନା ଅନୁମତିରେ ବେଆଇନ ଭାବେ ଚାଲିଥିବା ଦୁଇଟି କଲ୍ୟାଣ ମଣ୍ଡପ ଓ ଗୋଟିଏ ନିର୍ମାଣାଧୀନ କୋଠାକୁ ଶୁକ୍ରବାର ପ୍ରଶାସନ ସିଲ୍‌ କରିଛି। ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଅନ୍ୟା ଦାସଙ୍କ ସହ କର୍ମଚାରୀମାନେ ପହଞ୍ଚି ଏଗୁଡିକୁ ସିଲ୍‌ କରିଥିଲେ। ଆବଶ୍ୟକ କାଗଜପତ୍ର ଦର୍ଶାଇବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।
ସହର ରଘୁନାଥପୁର ଅଞ୍ଚଳରେ ଚାଲିଥିବା ନର୍ମଦା ଗାର୍ଡେନ ଓ ସୁଭଦ୍ରା କଲ୍ୟାଣ ମଣ୍ଡପ ପୌରପାଳିକାଠାରୁ ଅନୁମତି ନ ନେଇ ବ୍ୟବସାୟ ଚଳାଇ ଆସୁଥିଲେ। ବିନା ବିଲ୍ଡିଂ ପ୍ଲାନିଂ, ଅଗ୍ନିନିର୍ବାପକ ଓ ଆନୁସଙ୍ଗିକ କାଗଜପତ୍ର ନ ଥିବାରୁ ପୌରପାଳିକା ପକ୍ଷରୁ ସିଲ୍‌ କରାଯାଇ ନୋଟିସ୍‌ ପ୍ରଦାନ କରାଯାଇଛି। ସେହିପରି ବଡ଼ବଜାର ଅଞ୍ଚଳରେ ନିର୍ମାଣାଧୀନ କୋଠା ସିଲ୍‌ ହୋଇଛି। ତେବେ ସହରରେ ବହୁ କୋଠା ବେଆଇନ ଭାବେ ନିର୍ମାଣ ହୋଇଛି। ଏହାର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ବହୁ ରାଜସ୍ବ ଆଦାୟ ହୋଇପାରିବ ବୋଲି ସାଧାରଣରେ ମତପ୍ରକାଶ ପାଇଛି। ସହର ମଧ୍ୟରେ ଥିବା ସମସ୍ତ ମଣ୍ଡପ, କୋଠା, ପେଟ୍ରୋଲ ପମ୍ପ ଓ ବଡ଼ ବଡ଼ ବ୍ୟବସାୟିକ ଅନୁଷ୍ଠାନର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବ। ଏଥିରେ ବିଚ୍ୟୁତି ହେଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ଇସ୍ତଫା ଦେଲେ ଜିଲା ସଭାପତି ପ୍ରକାଶ ବେହେରା

କଟକ,୨୯।୩: ସାଧାରଣ ନିର୍ବାଚନ ଆଗରୁ କଟକ ରାଜନୀତିରେ ଜାରି ରହିଛି ଦଳ ବଦଳ ପର୍ବ। ଅରିନ୍ଦମ ରାୟଙ୍କ ପଛେ ପଛେ ଏମପି ଭର୍ତ୍ତୃହରି ମହତାବ ଗୁରୁବାର...

ବିଧାନସଭା ନିର୍ବାଚନକୁ ଫେରିପାରନ୍ତି ମହେଶ

ଅନୁଗୋଳ,୨୯ା୩ (ଅମିତ କୁମାର ସାମଲ): ଢେଙ୍କାନାଳ ସଂସଦୀୟ କ୍ଷେତ୍ର ପାଇଁ ବିଜେଡି ଡା. ଅବିନାଶ ସାମଲଙ୍କ ନାମ ଘୋଷଣା କରିବା ପରେ ଅନୁଗୋଳ ଜିଲାର ପୁରୁଖା...

ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି...

ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୯ା୩ (କାର୍ତ୍ତିକ ସାହୁ):ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ ବିଧାୟକ ଜେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri