ବେଆଇନ ମଣ୍ଡପ ସିଲ୍‌

ବାରିପଦା ଅଫିସ,୨୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପୌରପାଳିକାର ବିନା ଅନୁମତିରେ ବେଆଇନ ଭାବେ ଚାଲିଥିବା ଦୁଇଟି କଲ୍ୟାଣ ମଣ୍ଡପ ଓ ଗୋଟିଏ ନିର୍ମାଣାଧୀନ କୋଠାକୁ ଶୁକ୍ରବାର ପ୍ରଶାସନ ସିଲ୍‌ କରିଛି। ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଅନ୍ୟା ଦାସଙ୍କ ସହ କର୍ମଚାରୀମାନେ ପହଞ୍ଚି ଏଗୁଡିକୁ ସିଲ୍‌ କରିଥିଲେ। ଆବଶ୍ୟକ କାଗଜପତ୍ର ଦର୍ଶାଇବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।
ସହର ରଘୁନାଥପୁର ଅଞ୍ଚଳରେ ଚାଲିଥିବା ନର୍ମଦା ଗାର୍ଡେନ ଓ ସୁଭଦ୍ରା କଲ୍ୟାଣ ମଣ୍ଡପ ପୌରପାଳିକାଠାରୁ ଅନୁମତି ନ ନେଇ ବ୍ୟବସାୟ ଚଳାଇ ଆସୁଥିଲେ। ବିନା ବିଲ୍ଡିଂ ପ୍ଲାନିଂ, ଅଗ୍ନିନିର୍ବାପକ ଓ ଆନୁସଙ୍ଗିକ କାଗଜପତ୍ର ନ ଥିବାରୁ ପୌରପାଳିକା ପକ୍ଷରୁ ସିଲ୍‌ କରାଯାଇ ନୋଟିସ୍‌ ପ୍ରଦାନ କରାଯାଇଛି। ସେହିପରି ବଡ଼ବଜାର ଅଞ୍ଚଳରେ ନିର୍ମାଣାଧୀନ କୋଠା ସିଲ୍‌ ହୋଇଛି। ତେବେ ସହରରେ ବହୁ କୋଠା ବେଆଇନ ଭାବେ ନିର୍ମାଣ ହୋଇଛି। ଏହାର ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ବହୁ ରାଜସ୍ବ ଆଦାୟ ହୋଇପାରିବ ବୋଲି ସାଧାରଣରେ ମତପ୍ରକାଶ ପାଇଛି। ସହର ମଧ୍ୟରେ ଥିବା ସମସ୍ତ ମଣ୍ଡପ, କୋଠା, ପେଟ୍ରୋଲ ପମ୍ପ ଓ ବଡ଼ ବଡ଼ ବ୍ୟବସାୟିକ ଅନୁଷ୍ଠାନର ସମସ୍ତ କାଗଜପତ୍ର ଯାଞ୍ଚ କରାଯିବ। ଏଥିରେ ବିଚ୍ୟୁତି ହେଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ

ଭୁବନେଶ୍ୱର,୪।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri