Posted inଜାତୀୟ

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ ବ୍ୟକ୍ତିମାନଙ୍କୁ ନେଇ ବିଶେଷଜ୍ଞ କମିଟି ଗଠନ କରାଯିବ। ଉକ୍ତ କମିଟି ଆରାବଳୀରେ ଖନନ ଓ ଏ ସମ୍ପର୍କିତ ପ୍ରସଙ୍ଗଗୁଡ଼ିକରେ ଅନୁଧ୍ୟାନ କରିବ। ଏକ୍ସପର୍ଟ କମିଟି ଗଠନ ପାଇଁ ୪ ସପ୍ତାହ ମଧ୍ୟରେ ପରିବେଶବିତ୍‌ ଓ ବୈଜ୍ଞାନିକମାନଙ୍କ ନାମ ସୁପାରିସ କରିବାକୁ ସିଜେଆଇ ସୂର୍ଯ୍ୟକାନ୍ତଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ଉକ୍ତ କମିଟି କାର୍ଯ୍ୟ କରିବ। ସୁପ୍ରିମକୋର୍ଟ ଆରାବଳୀର ସଂଜ୍ଞା ସମ୍ପର୍କିତ ନଭେମ୍ବର ୨୦ ରାୟ ଉପରେ ରଖିଥିବା ସ୍ଥଗିତାଦେଶକୁ ବଳବତ୍ତର ରଖିଛନ୍ତି। ଆରାବଳୀରେ ବେଆଇନ ଖନନ ଯୋଗୁ ପରିବେଶ ଉପରେ ପଡ଼ୁଥିବା ପ୍ରଭାବକୁ ନେଇ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ନିଜ ଆଡ଼ୁ ଶୁଣାଣି କରୁଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri