ଓଡ଼ିଶାରେ ବେଆଇନ ଖଣି ଖନନ: କ୍ଷତିପୂରଣ ଅନାଦାୟକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ,୩୦ା୧୦(ପି.ଟି./ ଲାଇଭ୍‌ ଲ): ଓଡ଼ିଶାରେ ଖଣି ଖନନ ନିୟମଗୁଡ଼ିକୁ ଉଲ୍ଲଂଘନ କରିଥିବା ଲିଜ୍‌ଧାରୀଙ୍କଠାରୁ ୨,୭୪୫ କୋଟି ଟଙ୍କାର କ୍ଷତିପୂରଣ ଆଦାୟ କରିବାରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ବୁଧବାର ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଲିଜ୍‌ଧାରୀମାନେ ଯେପରି ସରକାରୀ ରାଜସ୍ବ ଫାଙ୍କି ନ ପାରିବେ ତାହା ସୁନିଶ୍ଚିତ କରିବା ପାଇଁ ଜଷ୍ଟିସ୍‌ ଦୀପଙ୍କର ଦତ୍ତା ଏବଂ ଅଗୁଷ୍ଟାଇନ୍‌ ଜର୍ଜ ମସିହଙ୍କ ଖଣ୍ଡପୀଠ ଓଡ଼ିଶା ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଡ୍‌ଭୋକେଟ ଜେନେରାଲ (ଏଜି) ପୀତାମ୍ବର ଆଚାର୍ଯ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲାରେ ବେଆଇନ ଖଣି ଖନନ ନେଇ ଇିଜ୍‌ଧାରୀଙ୍କଠାରୁ ୨,୭୪୫ କୋଟି ଟଙ୍କାର କ୍ଷତିପୂରଣ ଆଦାୟ କରିବାକୁ ୨୦୧୭ରେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାସତ୍ତ୍ୱେ ରାଜ୍ୟ କର୍ତ୍ତୃପକ୍ଷ ଓ ଲିଜ୍‌ଧାରୀଙ୍କ ସୁଲାସୁତୁରା ଯୋଗୁ ଏହି ଅର୍ଥ ଆଦାୟ ହୋଇପାରି ନ ଥିବା ଦର୍ଶାଇ ଏନ୍‌ଜିଓ କମନ୍‌ କଜ୍‌ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ଶୁଣାଣି ବେଳେ ଆବେଦନକାରୀଙ୍କ ଓକିଲ ପ୍ରଶାନ୍ତ ଭୂଷଣ କହିଥିଲେ, ଖଣି କମ୍ପାନୀଗୁଡ଼ିକଠାରୁ ରାଜ୍ୟ ସରକାର ବହୁ କୋଟି ଟଙ୍କାର ବକେୟା ଆଦାୟ କରନ୍ତୁ ବୋଲି ପୂର୍ବରୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ସହ ଅନେକ ରାୟ ପ୍ରକାଶ କରିଛନ୍ତି। ତେବେ ଖଣି ଖନନକାରୀ ସଂସ୍ଥାଗୁଡ଼ିକ ଟାଳଟୁଳ ନୀତି ଆପଣାଇଥିବା ସମ୍ପର୍କରେ ରାଜ୍ୟ ସରକାର ନିକଟରେ ଏନେଇ ଦାଖଲ କରିଥିବା ଷ୍ଟାଟସ୍‌ ରିପୋର୍ଟରୁ ପ୍ରଘଟ ହୋଇଛି। ୨୦୧୭ ଡିସେମ୍ବର ୩୧ ସୁଦ୍ଧା ୨,୭୪୫ କୋଟି ଟଙ୍କାର ବକେୟା (ସୁଧକୁ ବାଦ୍‌ ଦେଇ) ପଇଠ ହୋଇଯିବା ଉଚିତ ଥିଲା। ସୁଧକୁ ମିଶାଇଲେ ଏହା ପ୍ରାୟ ଦୁଇଗୁଣା ହୋଇଯିବ ବୋଲି ପ୍ରଶାନ୍ତ ଭୂଷଣ କହିଥିଲେ। ଅନ୍ୟପକ୍ଷେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଓ ଅନ୍ୟମାନଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରିବା ପାଇଁ ଆଡଭୋକେଟ ଜେନେରାଲ ଖଣ୍ଡପୀଠଙ୍କୁ ସମୟ ମାଗିଛନ୍ତି। ଯାହା ଆଇନଗତ ପଦକ୍ଷେପ ନିଆଯିବା ଆବଶ୍ୟକ, ସେସବୁ ନିଆଯିବ ବୋଲି ଏଜି କହିଛନ୍ତି। ତେବେ ଖିଲାପକାରୀଙ୍କଠାରୁ ବକେୟା ଆଦାୟ ନେଇ ବ୍ୟକ୍ତିଗତ ଭାବେ ଏଜି ଉପଯୁକ୍ତ ପଦକ୍ଷେପ ନେବେ ବୋଲି କହିଥିବା ଖଣ୍ଡପୀଠ ପ୍ରକାଶ କରିଛନ୍ତି। ଓଡ଼ିଶା ସରକାର ଖିଲାପକାରୀ ଲିଜ୍‌ଧାରୀଙ୍କଠାରୁ ବକେୟା ଆଦାୟ ନେଇ ଯେଉଁ ପଦ୍ଧତି ଆପଣାଇଛନ୍ତି ତାକୁ ନେଇ ଆମେ ଅସନ୍ତୁଷ୍ଟ ବୋଲି ଖଣ୍ଡପୀଠ କହିଛନ୍ତି। ଏହା ଉପରେ ଡିସେମ୍ବର ୧ ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପାଇଁ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ସମୟ ଦେଇଛନ୍ତି। ଏହି ପ୍ରସଙ୍ଗରେ ୮ ସପ୍ତାହ ପରେ ଅର୍ଥାତ୍‌ ଡିସେମ୍ବର ୩ରେ ପରବର୍ତ୍ତୀ ଶୁଣାଣି କରାଯିବ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri