ବ୍ରାହ୍ମଣୀ ନଦୀପଠାରୁ ବେଆଇନ ମାଟିବାଲି ଉଠାଣ

ପଟ୍ଟାମୁଣ୍ଡାଇ,୨୨ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାରେ ୨ ବର୍ଷ ମଧ୍ୟରେ ୪ଟି ଏନ୍‌ଜିଟି (ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ) ମାମଲା ଜିଲା ପ୍ରଶାସନକୁ ଅଡୁଆରେ ପକାଉ ଥିଲେ ମଧ୍ୟ ବିଭିନ୍ନ ନଦୀ ସଇରାତରୁ ବାଲି ଉଠାଣ ହେଉଛି। ପରିବେଶ ମଞ୍ଜୁରୀ ପ୍ରତି କାହାରି ନିଘା ନ ଥିବା ବେଳେ ରାଜସ୍ବ ଆଦାୟକୁ ବି ଅଣଦେଖା କରାଯାଉଛି ବୋଲି ଅଭିଯୋଗ ହେଉଛି। ଜିଲାର ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀର ଅଳଭା ସଇରାତରୁ ବାଲି ଉଠାଣ ହେଉଛି। ସମୁଦାୟ ୧ ହେକ୍ଟର ଆୟତନରେ ବାଲି ଉଠାଣ କରାଯାଉଥିବା ବେଳେ ଜିଲା ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଛି।
ସାମାଜିକ କର୍ମୀ ମିଟୁ ଦାଶ କହିଛନ୍ତି, ପଟ୍ଟାମୁଣ୍ଡାଇ ତହସିଲ ଅଧୀନ ଅଳଭା ପାଳଠାରେ ଥିବା ସରକାରୀ ଜମିରୁ ବେଧଡକ ଭାବେ ଶତାଧିକ ଟ୍ରିପ ହାଇୱାରେ ମାଟିବାଲି ଉଠାଣ ଚାଲିଛି। ଏ ସମ୍ପର୍କରେ ଅଳଭା ଗ୍ରାମବାସୀ ଅଭିଯୋଗ କରିବା ସହ ଏହା ଉତିକଣ ବନ୍ୟା ନିରୋଧକ ବନ୍ଧ ପ୍ରତି ବିପଦ ସୃଷ୍ଟି କରୁଛି। ଅଳଭା ବ୍ରାହ୍ମଣୀ ନଦୀପଠାରୁ ହାଇୱାରେ ହଜାର ହଜାର ଟ୍ରିପ ବାଲିମାଟି ଉଠାଣକୁ ନେଇ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ମାମଲା ରୁଜୁ କରାଯାଇ ସମ୍ପୂର୍ଣ୍ଣ ମାଟି ଉଠାଣକୁ ବନ୍ଦ କରାଯାଇଛି। ମାତ୍ର ଏହାର ୧ କିମି ପରେ ବେଆଇନ ଭାବେ ଜେସିବି ଲଗାଇ ହାଇଓ୍ବାରେ ବ୍ୟବସାୟୀମାନେ ମାଟି ଉଠାଉଛନ୍ତି। ହେଲେ ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଥିବାରୁ ସଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ପଠାରୁ ପରିବେଶ କ୍ଲିୟରାନ୍ସ ପ୍ରମାଣ ପତ୍ର ନ ଥାଇ ହଜାର ହଜାର ଟ୍ରକ ବାଲି ଓ ମାଟି ଉଠା ଯାଉଛି। ଏହି ବେଆଇନ ବାଲି ଉଠାଣ ସମ୍ପର୍କରେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲଙ୍କ ନିକଟରେ ଅଭିଯୋଗ କରିଥିଲୁ। ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଅଭିଯୋଗରେ ଜିଲାପାଳ, ଜିଲା ମାଇନିଂ ଅଫିସର ଓ ଏସ୍‌ପିଙ୍କଠାରୁ ତଦନ୍ତ ରିପୋର୍ଟ ମାଗିଥିଲେ। ଏହି ରିପୋର୍ଟ ସତ୍ୟପାଠ ଜରିଆରେ ଏନଜିଟି ନିକଟରେ ପ୍ରଦାନ କରାଯାଇଥିଲା। ତେବେ ଜିଲାପାଳ ଓ ଏସ୍‌ପିଙ୍କ ସତ୍ୟପାଠ ଆଧାରରେ ବେଆଇନ ବାଲି ଉଠ।ଣ ବନ୍ଦ କରିବାକୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ବେଆଇନ ବାଲି ଉଠାଣ କାରିମାନଙ୍କଠାରୁ ୫ କୋଟି ଟଙ୍କ। ଜରିମାନା ଆଦାୟ କରିବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହି ଜରିମାନା ଆଦାୟ ହୋଇ ନ ଥିବା କୁହାଯାଉଥିବା ବେଳେ ଅଳଭା ନିକଟ ବାଲି ଓ ମାଟି ଖାଦାନ ବନ୍ଦ ରହିଥିଲା। ମାତ୍ର ଏବେ ବାଲି ବ୍ୟବସାୟୀମାନେ ଅଳଭା ପାଳରୁ ପ୍ରଶାସନକୁ ଚ୍ୟାଲେଞ୍ଚ କରି ପୁଣି ମାଟିବାଲି ଉଠାଣ କରୁଛନ୍ତି। ଯାହାକି ଉତିକଣ ବନ୍ୟା ନିୟନ୍ତ୍ରଣ ବନ୍ଧ ପ୍ରତି ବିପଦ ସୃଷ୍ଟି କରୁଛି। ଏ ସମ୍ପର୍କରେ ତହସିଲଦାର ଦିଲୀପ ସେଠୀଙ୍କୁ ପଚାରିବାରୁ , ଏନଜିଟି ନିର୍ଦ୍ଦେଶ ଅନୁସାରେ ବ୍ରହ୍ମଣୀ ନଦୀର ପଠା ଅଳଭାଠାରୁ ବାଲିମାଟି ଉଠାଣ ବନ୍ଦ ଅଛି। ଯଦି କେହି ସେଠାରୁ ମାଟି ଉଠାଉଥିବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?