ଭୁବନେଶ୍ୱର,୨।୭(ଅନିଲ ଦାସ)ରାସ୍ତାକଡ଼ରେ ବେଆଇନ ପାର୍କିିଂ ଯୋଗୁ ରାଜ୍ୟରେ ସଡ଼କ ଦୁର୍ଘଟଣା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ଜାତୀୟ ଓ ରାଜ୍ୟ ରାଜପଥ କଡ଼ରେ ୯ ଟ୍ରକ୍ ଟର୍ମିନାଲ ନିର୍ମାଣ କରିବାକୁ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ନବରଙ୍ଗପୁର, ଯାଜପୁର, କେନ୍ଦୁଝର ଏବଂ ବ୍ରହ୍ମପୁରରେ ଟ୍ରକ୍ ଟର୍ମିନାଲ ନିର୍ମାଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ୱର, ଭଦ୍ରକ ଓ ନବରଙ୍ଗପୁର ଜିଲାରେ ନିର୍ମାଣ କରିବାକୁ ଚୂଡ଼ାନ୍ତ ହୋଇଛି। ଏଥିପାଇଁ ରାଜ୍ୟ ସରକାର ୧୫୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ପୂର୍ତ୍ତ ବିଭାଗ ଦ୍ୱାରା ଏହି ଟର୍ମିନାଲ ନିର୍ମାଣ କରାଯିବ। ଟର୍ମିନାଲ ପାଇଁ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ (ଡିପିଆର୍) ପ୍ରସ୍ତୁତ କରିବାକୁ ମୁଖ୍ୟଯନ୍ତ୍ରୀ (ରୋଡ୍ ଆଣ୍ଡ ବିଲ୍ଡିଂ)ଙ୍କୁ ଦାୟିତ୍ୱ ଦିଆଯାଇଛି। ଟର୍ମିନାଲ ପାଇଁ ଅତି କମ୍ରେ ୧୦ ଏକର ଜାଗା ଚିହ୍ନଟ କରାଯାଇଛି।
ଟର୍ମିନାଲରେ ଡ୍ରାଇଭରମାନଙ୍କ ରହଣି ନିମନ୍ତେ ଆଶ୍ରୟ ସ୍ଥଳ, ଗାଡ଼ି ମରାମତି ପାଇଁ ଗ୍ୟାରେଜ, ରେଷ୍ଟୁରାଣ୍ଟ, ପେଟ୍ରୋଲ ପମ୍ପ, ଓ୍ବେ ବ୍ରିଜ୍, ଲୋଡିଂ ଓ ଅନ୍ଲୋଡିଂ ପାଇଁ ସ୍ଥାନ, ଏଟିଏମ୍, କ୍ଲିନିକ୍ ଓ ଅନ୍ୟାନ୍ୟ ସୁବିଧା ରହିବ। ନିର୍ମାଣ ପରେ ଟର୍ମିନାଲଗୁଡ଼ିକୁ ସରକାରୀ ଘରୋଇ ଭାଗୀଦାରି(ପିପିପି) ମୋଡ୍ରେ ରକ୍ଷଣାବେକ୍ଷଣ ପ୍ରଦାନ କରାଯିବ। ଟର୍ମିନାଲ ନିର୍ମାଣ କରିବାକୁ ଘରୋଇ ସଂସ୍ଥା ଆଗ୍ରହ ଦେଖାଉ ନ ଥିବାରୁ ରାଜ୍ୟ ସରକାର ନିଜେ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ଟ୍ରକ୍ଗୁଡ଼ିକୁ ଜାତୀୟ ରାଜପଥ କଡ଼ରେ ପାର୍କିଂ କରାଯାଉଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ରାଜପଥ କଡ଼ରେ ଟର୍ମିନାଲ ନିର୍ମାଣ କରିବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ବିଭିନ୍ନ ପର୍ଯ୍ୟାୟରେ ସେଗୁଡ଼ିକ ନିର୍ମାଣ କରାଯିବ। ଏହାଦ୍ୱାରା ଦୁର୍ଘଟଣା କିଛିମାତ୍ରାରେ ହ୍ରାସପାଇବ ବୋଲି ପରିବହନ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ୨୦୨୧ରେ ରାଜ୍ୟରେ ୫୦୮୧ ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ସେଥିରୁ ୨୫% କେବଳ ରାସ୍ତାକଡ଼ରେ ବେଆଇନ ପାର୍କିଂ ଯୋଗୁ ହୋଇଛି। କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ଓ ଜାତୀୟ ରାଜପଥ ପରିବହନ ଗବେଷଣା ସଂସ୍ଥା ରିପୋର୍ଟ ଅନୁଯାୟୀ ୨୦୨୧ରେ ସମଗ୍ର ଦେଶରେ ଜାତୀୟ ରାଜପଥରେ ୧,୨୮,୮୨୫ ସଡ଼କ ଦୁର୍ଘଟଣା (୩୧.୨୧%) ହୋଇଥିବା ବେଳେ ରାଜ୍ୟ ରାଜପଥରେ ୯୬,୩୮୨(୨୩.୪%) ଦୁର୍ଘଟଣା ଘଟିଛି।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

