ଏନ୍‌ଏଚ୍‌-୧୬ରେ ବେଆଇନ ପାର୍କିଂ

ଗୋପାଳପୁର,୧୭।୪ (ଡି.ଏନ.ଏ.) ଜନସାଧାରଣଙ୍କ ଗମନାଗମନ ସୁବିଧା ଓ ଦୁର୍ଘଟଣା ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସଡ଼କ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେଉଁଠି ଠିକା ସଂସ୍ଥାର ମନମାନୀ ତ କେଉଁଠି ପରିବହନ ବିଭାଗର ଅବହେଳାରୁ ଦୁର୍ଘଟଣା ଘଟି ବହୁ ଧନ ଜୀବନ ନଷ୍ଟ ହେଉଥିବା ଦେଖିବାକୁ ମିଳୁଛି। ଏଭଳି ଏକ ଚିତ୍ର ଦେଖିବାକୁ ମିଳିଛି ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାକୁ ସଂଯୋଗ କରୁଥିବା ୧୬ ନଂ ଜାତୀୟ ରାଜପଥରେ। କନିଷି ଢାବା ସାମ୍ନା ଓ ପାର୍ଶ୍ୱ ପାଲଟିଛି ଏକ ପ୍ରକାର ପାର୍କିଂ ଜୋନ। ଜାତୀୟ ରାଜପଥରେ ମାଳମାଳ ଟ୍ରକ୍‌ ବେଆଇନ ପାର୍କିଂ କରିବା ସହ କନିଷି ହାଟରୁ ହଳଦିଆପଦର ଓଭର ବ୍ରିଜ୍‌କୁ ସଂଯୋଗ କରୁଥିବା ସର୍ଭିସ ରୋଡ୍‌କୁ ଏକ ନିର୍ଦ୍ଧିଷ୍ଟ ଟ୍ରକ୍‌ ସଂଘ ଅବରୋଧ କରି ୧୬ ଚକିଆ ଟ୍ରକ୍‌ ପାର୍କିଂ କରିବା ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ବେଆଇନ ପାର୍କିଂ ଯୋଗୁ ଧୂଳିଧୂସର ଉଡି ପରିବେଶ ପ୍ରଦୂଷଣ ହେବା ସହ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ପଥଚାରୀ। ବାରମ୍ବାର ଅଭିଯୋଗ ପରେ ମଧ୍ୟ ପ୍ରଶାସନ ଦୃଷ୍ଟି ଦେଉନଥିବା ଅଭିଯୋଗ ହେଉଛି। ରାଜପଥ ଦେଇ ରାଜନେତାଠାରୁ ଆରମ୍ଭ କରି ଆରଡିସି, ଜିଲାପାଳ, ପୋଲିସ, ପରିବହନ ବିଭାଗର ଅଧିକାରୀ ଯାତାୟାତ କରୁଥିବା ବେଳେ ଏଥିପ୍ରତି କାହାର ଦୃଷ୍ଟି ନ ପଡିବା ଏକ ପ୍ରକାର ସନ୍ଦେହ ସୃଷ୍ଟି କରିଛି। ପ୍ରତିଦିନ ଶହଶହ ଭାରୀଯାନ ଯିବା ଆସିବା କରୁଥିବା ବେଳେ ବେଆଇନ ପାର୍କିଂ ଯୋଗୁ ଦୁର୍ଘଟଣା ଘଟୁଥିବା ଅଞ୍ଚଳବାସୀ କହିଛନ୍ତି। ପରିବହନ ବିଭାଗର ଅଧିକାରୀମାନେ ପ୍ରତିଦିନ ରାଜପଥ ଉପରେ ବିଭିନ୍ନ ସମ୍ବେଦନଶୀଳ ବା ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଭାରିଯାନ ଗୁଡିକୁ ରୋଡ୍‌ରେ ଦୀର୍ଘ ସମୟ ଧରି ଅଟକାଇବା ସହ ଓଭର ଲୋଡିଂ ଓ କାଗଜପତ୍ର ଯାଞ୍ଚ କରୁଥିବା ବେଳେ ବେଆଇନ ପାର୍କିଂ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନ ଗ୍ରହଣ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି। ଅନ୍ୟପଟେ ଦୀର୍ଘ ୩ ବର୍ଷରୁ ଊର୍ଦ୍ଧ ସମୟ ଧରି ହଳଦିଆପଦର ଓଭରବ୍ରିଜ ନିର୍ମାଣ କାର୍ଯ୍ୟ ଜାରୀ ରହିଥିବା ଯୋଗୁ ରାସ୍ତାର ଦୁଇପାର୍ଶ୍ୱ ସଙ୍କୁଚିତ କରାଯାଇଛି। ଫଳରେ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ପୁଣି ରାଜପଥରେ ବେଆଇନ ପାର୍କିଂ ଯାହାକି ପଥଚାରୀଙ୍କ ପାଇଁ ଏକ ପ୍ରକାର କାଳ ହୋଇଛି। ଏ ନେଇ ଗଞ୍ଜାମ ଆଞ୍ଚଳିକ ପରିବହନ ଅଧିକାରୀ ବିକାଶ ଚୌଧୁରୀଙ୍କ ସହ ଯୋଗାଯୋଗ ବେଳେ ସେ କହିଛନ୍ତି, ବିଭାଗୀୟ ଅଧିକାରୀ ଶୀଘ୍ର ଘଟଣାସ୍ଥଳକୁ ଯାଇ ଦେଖିବେ ଯଦି ରାଜପଥରେ ବେଆଇନ ଭାବେ ପାର୍କିଂ କରିଥିବେ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବ୍ରହ୍ମପୁର ସଦର ଏସ୍‌ଡିପିଓ ଶିବଶଙ୍କର ମହାପାତ୍ର ତାଙ୍କୁ ପଚାରିବାରୁ ରାଜପଥ ଅବରୋଧ କରି ପାର୍କିଂ ଉପରେ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ତୁରନ୍ତ ରାଜପଥରୁ ବେଆଇନ ପାର୍କିଂ ହଟେଇବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?