ପାଠ ପଢ଼ାଇବା ନାଁରେ ଛାତ୍ରାବାସରେ ଚାଲୁଛି ବେଆଇନ ଧର୍ମାନ୍ତରୀକରଣ, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗିର,୫।୮(ସୁନିଲ ମହାନ୍ତି): ବଲାଙ୍ଗିର ଜିଲା ଲୋଇସିଂହା ବ୍ଲକ ବୁର୍ଡା ଅନ୍ତର୍ଗତ ବାଞ୍ଜୀ ପାଲିଗ୍ରାମରେ ବେଆଇନ ଭାବେ ଚାଲୁଥିବା ଛାତ୍ରାବାସରେ ଧର୍ମାନ୍ତରୀକରଣ କରାଯାଉଛି। ଏହାକୁ ବନ୍ଦ କରିବା ନିମନ୍ତେ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ଜିଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରଯାଇଛି। ବାଞ୍ଜୀପାଲି ଗ୍ରାମରେ ବେଆଇନ ଭାବରେ ଛାତ୍ରାବାସରେ ନିରୀହ ଗରିବ ଆଦିବାସୀ ଓ ହରିଜନ ନାବାଳିକା ଝିଅ ଓ ପୁଅ ମାନଙ୍କୁ ପାଠ ପଢ଼ାଇବା ନାଁରେ ଧର୍ମାନ୍ତରୀକରଣ କରଯାଉଛି। ଏହି ଅନୁଷ୍ଠାନକୁ ତୁରନ୍ତ ବନ୍ଦ କରିବାକୁ ଦାବି କରାଯାଇଛି । ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଜିଲାରେ ଧର୍ମାନ୍ତରୀକରଣ ବନ୍ଦ କରାଯାଉନାହିଁ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକୁ ବେଖାତିର କରି ଧର୍ମାନ୍ତରୀକରଣକୁ ପ୍ରଶୟ ଦେଉଥିବା ଅଧିକାରୀ ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ଦେବାକୁ ବିଶ୍ୱ ହିନ୍ଦୁ ପରିଷଦର ପବତ୍ର କୁମାର ଦାଶ, ନରେନ୍ଦ୍ର କୁମାର ବେହେରା , ସୋମନାଥ ସିଂଦେଓ, ସଞ୍ଜୀବ କୁମାର ନାୟକ, ଶଙ୍କର ପାଣିଗ୍ରାହି ଓ ଅନ୍ୟମାନେ ଦାବି ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri