ବେଆଇନ ବେଧଡ଼କ ପଥର ବ୍ଲାଷ୍ଟିଂ, ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ

ଦାରିଙ୍ଗବାଡି,୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଲିଗୁଡା ଥାନା ଅଞ୍ଚଳ ବୁଡ଼ାଗୁଡା ହାଟ ପଦା ନିକଟରେ ବେଆଇନ ପଥର ବ୍ଲାଷ୍ଟିଂରେ ଲକ୍ଷାଧିକ ଟଙ୍କାର ସରକାରୀ ଓ ବେସରକାରୀ ସଂସ୍ଥାର ଧନ ସମ୍ପତ୍ତି ନଷ୍ଟ ହୋଇଛି।
ପ୍ରକାଶ ଯେ, ସିମନବାଡି ଠାରୁ ବୁଡ଼ାଗୁଡା ଦେଇ ବାଲିଗୁଡାକୁ ସଂଯୋଗୀକରଣ ରାସ୍ତା ସମ୍ପ୍ରସାରଣ ଚାଲିଛି। ପୂର୍ତ୍ତ ବିଭାଗର ଏହି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବେଳେ ଏକାଧିକ ସ୍ଥାନରେ ବିଶେଷ କରି ଘାଟି ରାସ୍ତାରେ ବଡ଼ ବଡ଼ ପଥରଗୁଡିକୁ ହଟାଇବା ପାଇଁ କାର୍ଯ୍ୟ ଚାଲୁଥିବାବେଳେ ଠିକା ସଂସ୍ଥା ପକ୍ଷରୁ ବେଆଇନ ଭାବେ ବ୍ଲାଷ୍ଟିଂ କରାଯାଉଛି। ଏଭଳି ସୋମବାର ସଂଧ୍ୟାରେ ବୁଡ଼ାଗୁଡାର ଆଦର୍ଶ ଅଙ୍ଗନବାଡି କେନ୍ଦ୍ର ସମ୍ମୁଖରେ ଦୁଇଟି ସ୍ଥାନରେ ପଥର ବ୍ଲାଷ୍ଟିଂ କରାଯାଇଥିଲା ଫଳରେ ବ୍ଲାଷ୍ଟିଂର ଶବ୍ଦ ଏତେ ଜୋରରେ ଥିଲାଯେ ସ୍ଥାନୀୟ ଲୋକ ଆତଙ୍କିତ ହୋଇଯାଇଛନ୍ତି। ଏବଂ ପ୍ରାୟ ୫ ଶହ ମିଟର ପର୍ଯ୍ୟନ୍ତ ପଥର ଗୁଡିକ ବିଞ୍ଚି ହୋଇ ପଡିବାରୁ ଏକାଧିକ ଲୋକଙ୍କ ଚାଷ ଜମି, କଦଳୀ ପାଇପ ଲାଇନ ଫାଟିବା ସହ ଖେଳ ପଡିଆରେ ଖଣ୍ଡ ବିଖଣ୍ଡିତ ପଥରଗୁଡିକ ବିଞ୍ଚି ହୋଇ ପଡିଛି ସେହିପରି ଅଙ୍ଗନବାଡିର ନବ ନିର୍ମିତ୍ତ ପାଚେରୀ ନଷ୍ଟ ହୋଇଯାଇଛିି ସେ ନେଇ ସ୍ଥାନୀୟ ବାସିନ୍ଦା ପ୍ରଶାସନକୁ ପ୍ରଶ୍ନ କରିଛନ୍ତି ସେପଟେ ଘଟଣା କୁ ନେଇ ବାଲିଗୁଡା ଆଇଆଇସି ବାବା ଶଙ୍କର ସରଫ କହିଛନ୍ତି । ଯେ ଯେଉଁମାନେ ଏହି ବ୍ଲାଷ୍ଟିଂ କରାଇଛନ୍ତି ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri