ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ ମିଳିତ ଭାବେ ସିଲ କରିଛନ୍ତି। ଜିଲ୍ଲା ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଭବାନୀ ଶଙ୍କର ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ସ୍ବାସ୍ଥ୍ୟ ବିଭାଗର ବିନା ଅନୁମତି ଓ କୌଣସି ବୈଧ ଲାଇସେନ୍ସ ନ ଥାଇ ମଙ୍ଗୁଳୁ ପ୍ରଧାନ ନାମକ ଜଣେ ଯୁବକ ଏହି ନର୍ସିଂହୋମ ଚଳାଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ପୂର୍ବରୁ ୨୦୨୫ ମସିହାରେ ଦୁଇ ଦୁଇ ଥର (ଜୁଲାଇ ୧୯ ଓ ଅଗଷ୍ଟ ୮) ଏହାକୁ ସିଲ କରାଯାଇଥିଲେ ମଧ୍ୟ କିଛି ଦିନ ପରେ ଏହା ପୁଣି ବେଆଇନ ଭାବେ କାର୍ଯ୍ୟକ୍ଷମ ହେଉଥିଲା।
ସୂଚନାଯୋଗ୍ୟ ଯେ, ଗତ ୨୦୨୫ ମେ’ ୧୧ ତାରିଖରେ ଏହି ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି (ରୋଜି ନାୟକ) ଏବଂ ତାଙ୍କ ନବଜାତ ଶିଶୁର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। କୌଣସି ବିଶେଷଜ୍ଞ ଡାକ୍ତର ନଥାଇ ଅନଭିଜ୍ଞ କର୍ମଚାରୀଙ୍କ ଦ୍ୱାରା ଅସ୍ତ୍ରୋପଚାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୂର୍ବରୁ ନର୍ସିଂହୋମ ମାଲିକ ମଙ୍ଗୁଳୁ ପ୍ରଧାନ ଏବଂ ଅନ୍ୟ ଦୁଇଜଣ ମହିଳା ସ୍ବାାସ୍ଥ୍ୟକର୍ମୀଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ଶୁକ୍ରବାର ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ, ଚିକିଟି ଏସଡିପିଓ ବିଶ୍ୱାମିତ୍ର ହରପାଲ, ଦିଗପହଣ୍ଡି ଆଇଆଇସି କିଶୋର କୁମାର ସାମଲ ଏବଂ ମେଡିକାଲ ଟିମ୍‌ଙ୍କ ଉପସ୍ଥିତିରେ ଏହାକୁ ପୁନର୍ବାର ସିଲ କରାଯାଇଛି। ଏନେଇ ଦିଗପହଣ୍ଡି ଥାନାରେ ମକଦ୍ଦମା ରୁଜୁ କରାଯାଇଥିବା ଆଇଆଇସି ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri