ଡଙ୍ଗାରେ ଚାଲିଛି ବେଆଇନ ବାଲି ଚାଲାଣ

ମହାକାଳପଡ଼ା,୨୪ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା ଓ ଗୋବରୀ ନଦୀରୁ ବେଆଇନ ବାଲି ଚାଲାଣ ଚାଲିଛି। କେତେଜଣ ବାଲି ବ୍ୟବସାୟୀ ବଡ଼ ବଡ଼ ଯନ୍ତ୍ର ଚାଳିତ ଡଙ୍ଗାରେ ଗୋଟିଏ ପଟରୁ ବାଲି ଆଣି ଅନ୍ୟପଟେ ବିକ୍ରି କରୁଛନ୍ତି। ଏଥିପାଇଁ ସେମାନେ ଶ୍ରମିକମାନଙ୍କୁ ନିୟୋଜିତ କରିଛନ୍ତି। ଅବାଧରେ ଦିନରାତି ବାଲି ଚାଲାଣ ଚାଲିଛି। ଏ ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଅବଗତ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବାଲି ବ୍ୟବସାୟୀଙ୍କ ସହିତ ସେହି କର୍ମଚାରୀଙ୍କ ସୁସମ୍ପର୍କ ରହିଛି। ଏଥିଯୋଗୁ ସରକାର ରାଜସ୍ବ ହରାଇ ଚାଲିଛନ୍ତି ବୋଲି ଅଭିଯୋଗ ହୋଇଛି।
ଏପରି ବାଲି ଚାଲାଣ ଯୋଗୁ ବନ୍ୟା ଆସିଲେ ନଦୀର ଗତିପଥ ପରିବର୍ତ୍ତନ ହେଉଛି। ନଦୀ କୂଳରୁ ଅତଡ଼ା ଖସୁଛି ବୋଲି ସ୍ଥାନୀୟ ଗ୍ରାମବାସୀ କହିଛନ୍ତି। ଅପରପକ୍ଷେ ଶ୍ରମିକମାନେ ନିଜ ଜୀବନକୁ ବାଜି ଲଗାଇ ନଦୀରୁ ବାଲି ସଂଗ୍ରହ କରୁଛନ୍ତି। କେତେଜଣ ଶ୍ରମିକ ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି, ପରିବାର ଚଳାଇବା ପାଇଁ ଆମେ ଜୀବନକୁ ବାଜି ଲଗାଇ କାମ କରୁଛୁ। ନଦୀ ପାଣିରେ ବୁଡ଼ି ବାଲ୍‌ଟିରେ ବାଲି ଉଠାଇ ଡଙ୍ଗାରେ ଲୋଡ୍‌ କରୁଛୁ। ସେହି ବାଲିକୁ ଡଙ୍ଗାରେ ଆଣି ଅନ୍ୟପଟେ ଅନ୍‌ଲୋଡ୍‌ କରୁଛୁ। ଏହା ବହୁ କଷ୍ଟକର ଓ ବିପଦସଙ୍କୁଳ କାମ ହୋଇଥିଲେ ମଧ୍ୟ ପେଟ ପାଇଁ ସବୁ କିଛି କରିବାକୁ ପଡୁଛି।
ସୂଚନା ଅନୁଯାୟୀ ପ୍ରତିଦିନ ୧୦ରୁ ଅଧିକ ଡଙ୍ଗାରେ ବାଲି ଚାଲାଣ ହେଉଛି। ଏଥିପାଇଁ ୨୫ରୁ ଊର୍ଦ୍ଧ୍ୱ ଶ୍ରମିକ ନିୟୋଜିତ ହୋଇଛନ୍ତି। ନିଲାମ ହୋଇଥିବା ଘାଟରୁ ବାଲି ଆଣିଲେ ସେଥିପାଇଁ ନିର୍ଦ୍ଧାରିତ ଟଙ୍କା ଦେବାକୁ ପଡ଼ିବ। ହେଲେ ନଦୀ ମଝିରୁ କିମ୍ବା କୂଳରୁ ବାଲି ଆଣିଲେ କୌଣସି ଟଙ୍କା ଦେବାକୁ ପଡୁନାହିଁ। ସେଥିପାଇଁ ବାଲି ବ୍ୟବସାୟୀମାନେ ଶ୍ରମିକ ଲଗାଇ ନଦୀରୁ ବାଲି ସଂଗ୍ରହ କରି ଭଲ ରୋଜଗାର କରୁଛନ୍ତି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏପରି କି ବ୍ୟବସାୟୀମାନେ ନଦୀ କୂଳରେ ଡଙ୍ଗା ଲଙ୍ଗର ପକାଇ ବାଲିକୁ ଅନ୍‌ଲୋଡ କରୁଛନ୍ତି। ସେହି ବାଲିକୁ ଟ୍ରାକ୍ଟର ପିଛା ୨ ହଜାର ଟଙ୍କାରେ ବିକ୍ରି କରୁଛନ୍ତି। ଏ ସମ୍ପର୍କରେ ମହାକାଳପଡ଼ା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରୁ ଏପରି ବେଆଇନ ବାଲି ଚାଲାଣ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?