ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପଟ୍ଟାମୁଣ୍ଡାଇ ପୂର୍ବତନ ବିଧାୟକ ତାପସ କୁମାର ଦାସ। ଏହି ପ୍ରସଙ୍ଗରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓ ୫-ଟି ସଚିବଙ୍କୁ ଚିଠି ଲେଖିଛନ୍ତି। ନିଜ ଚିଠିରେ ସେ ଦର୍ଶାଇଛନ୍ତି, ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀନଦୀ ପଠା କଷଣଅଣ୍ଟା କୂଳରୁ ବାଲି ମାଟି ଉଠାଣକୁ ବନ୍ଦ କରିବାକୁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଓ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ଉକ୍ତ ସ୍ଥାନରୁ ଏବେ ଦୈନିକ ଶତାଧିକ ହାଇୱା ଓ ଟ୍ରାକ୍ଟରରେ ବାଲିମାଟି ବୁହା ଚାଲିଛି। ଉପରୋକ୍ତ ସ୍ଥାନରୁ ମାଟି ଉଠାଣକୁ ନେଇ ପୂର୍ବରୁ ଏନ୍‌ଜିଟି କେନ୍ଦ୍ରାପଡ଼ା ଜିଲା ପ୍ରଶାସନକୁ କଡ଼ା ଭାଷାରେ ସମାଲୋଚନା କରିବା ସହିତ ଜରିମାନା କରିଥିଲା। ତେବେ କେନ୍ଦ୍ରାପଡ଼ା ଜିଲାପାଳ, ଏଡିଏମ୍‌, ପଟ୍ଟାମୁଣ୍ଡାଇ ତହସିଲଦାର ଏବଂ ପ୍ରଶାସନିକ ଅଧିକାରୀମାନେ ଏନ୍‌ଜିଟ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ ସହିତ ସମସ୍ତ କଟକଣାକୁ ଫୁ କରି ବାଲିମାଟି ଖୋଳୁଥିବା ଏକ ଠିକାସଂସ୍ଥା ବିରୋଧରେ କୌଣସି ପଦକ୍ଷେପ ନ ନେଇ ନୀରବତା ଅବଲମ୍ବନ କରୁଛନ୍ତି। ମାଟିବାଲି ଉଠାଣ ଦ୍ୱାରା ବାଛରା, ମଣ୍ଡପଡା,ବଳଦେବନଗର,ବାଲିପଡା, କଷଣଅଣ୍ଟା ଓ ଊତିକଣ ବନ୍ୟା ନିରୋଧକ ବନ୍ଧ ଓ ପତ୍ରପୁର ପୋଲ ପ୍ରତି ବିପଦ ସୃଷ୍ଟି କରିବ ବୋଲି ସେ ଦର୍ଶାଇଛନ୍ତି। ଏ ସଂକ୍ରାନ୍ତରେ ସ୍ଥାନୀୟ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ପଟ୍ଟାମୁଣ୍ଡାଇ ତହସିଲଦାର, କେନ୍ଦ୍ରାପଡ଼ା ଏଡିଏମ୍‌ ଓ ଜିଲାପାଳଙ୍କ ନିକଟରେ ଅଭିଯୋଗ ହେଉଥିଲେ ମଧ୍ୟ ବେଆଇନ ବାଲିି ଉଠାଣକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ବରଂ ସେହି ଠିକାସଂସ୍ଥାକୁ ସୁରକ୍ଷା ଯୋଗାଇ ଦିଆଯାଉଛି।
ସୂଚନାଯୋଗ୍ୟ, ପଟ୍ଟାମୁଣ୍ଡାଇ ଅଞ୍ଚଳକୁ ଭଲ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ରାଜ୍ୟ ସରକାର କଷଣଅଣ୍ଟାଠାରେ ୧୭ କୋଟି ଟଙ୍କା ବ୍ୟୟରେ ଏକ କ୍ରିଟିକାଲ କେୟାର ହସ୍ପିଟାଲ ନିର୍ମାଣ ପାଇଁ ପଦକ୍ଷେପ ନେଇଛନ୍ତି। ଗତବର୍ଷ ସେପ୍ଟେମ୍ବରରେ ଶକ୍ତି ଓ ଲଘୁ ଉଦ୍ୟୋଗ ମନ୍ତ୍ରୀ ପ୍ରତାପ ଦେବ ଉକ୍ତ ହସ୍ପିଟାଲର ଶିଳାନ୍ୟାସ କରିଥିଲେ। କେୟାର ହସ୍ପିଟାଲ ନିର୍ମାଣ ପାଇ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ-୧ କାର୍ଯ୍ୟାଦେଶ ପାଇ ଚୁଳି ଏଣ୍ଡ ସନ୍ସ ଠିକାସଂସ୍ଥାକୁ ଟେଣ୍ଡର ମାଧ୍ୟମରେ କାର୍ଯ୍ୟାଦେଶ ପ୍ରଦାନ କରିଥିଲା। ମାତ୍ର ଏଷ୍ଟିମେଟରେ ମାଟି ବାହାରୁ କିଣି ପକାଇବା ପାଇଁ ବ୍ୟବସ୍ଥା ଥିବା ବେଳେ ମାଲିକ ରାମ ଚୁଳି ୨୦୦ ମିଟର ଦୂର ବ୍ରାହ୍ମଣୀ ନଦୀପଠାରୁ ବାଲି ଉଠାଇ ପକାଉଛନ୍ତି, ଯାହାକୁ ନେଇ ଉକ୍ତ ହସ୍ପିଟାଲ ପ୍ରତି ବିପଦ ରହୁଛି ବୋଲି ପୂର୍ବତନ ବିଧାୟକ ନିଜ ଚିଠିରେ ଉଲ୍ଲେଖ କରିଛନ୍ତି। ସେହିପରି ବାଲି ଚୋରା ଚାଲାଣରେ ସଂପୃକ୍ତ ଥିବା ଚୁଳି ଠିକା ସଂସ୍ଥାଙ୍କୁ ତଦନ୍ତ ପରିସରଭୁକ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେ ଦାବି କରିଛନ୍ତି। ଅନ୍ୟପକ୍ଷେ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲୀପ ସେଠୀଙ୍କ ବଦଳି ହୋଇଥିଲେ ମଧ୍ୟ ସେ ତହସିଲ କାର୍ଯ୍ୟାଳୟ ଛାଡୁନାହାନ୍ତି। ଏହା ପଛରେ କାହାର ହାତ ଅଛି, ତାହାର ତଦନ୍ତ ହେବା ଆବଶ୍ୟକ। ଏହି ସରକାରୀ ଅଧିକାରୀଙ୍କ ପ୍ରୋତ୍ସାହନରେ ବାଲି ମାଫିଆ ରାଜ ଚଳାଇଛନ୍ତି। ବାଲି ଚୋରା ଚାଲାଣ କରୁଥିବା ମାଫିଆଙ୍କୁ ତୁରନ୍ତ ଗିରଫ କରାଯିବା ସହ ରାଜ୍ୟ ସମ୍ପତ୍ତିକୁ ସୁରକ୍ଷା ଦେବା ପାଇଁ ଦାସ ଗୁରୁତ୍ୱାରୋପ କରିଛନ୍ତି। ଏ ସମ୍ପର୍କରେ ସାମାଜିକ କର୍ମୀ ଗୋପୀବଲ୍ଲଭ ତ୍ରିପାଠୀ ସୋମବାର ଜିଲାସ୍ତରୀୟ ଜନଶୁଣାଣି ଶିବିରରେ ଏ ସଂକ୍ରାନ୍ତରେ ଅଭିଯୋଗ କରିଛନ୍ତି।
ଏନେଇ ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରେ, ପଟ୍ଟାମୁଣ୍ଡାଇ ଉନ୍ନତି ପାଇଁ କାମ ହେଉଛି। ଏନ୍‌ଜିଟି କଥା ମାନିଲେ କୌଣସି ବିକାଶମୂଳକ କାମ ହୋଇପାରିବ ନାହଁି। ତହସିଲଦାର ବଦଳି କଥା ପଚାରିବାରୁ ସେ କୌଣସି ଉତ୍ତର ଦେଇ ନ ଥିଲେ। ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଅଧିକ ବାଲି ଉଠାଣ ଓ ପରିବେଶ ସୁରକ୍ଷା ସଂକ୍ରାନ୍ତ କାଗଜପତ୍ର ତନଖି କରାଯିବ। ଅଭିଯୋଗର ସତ୍ୟତା ଥିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଏ ବାବଦରେ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲୀପ ସେଠୀଙ୍କୁ ଯୋଗାଯୋଗ କରିବାରୁ ତଦନ୍ତ କଲା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri