Odisha Elections 2024

ବେଆଇନ ବାଲି ଚାଲାଣ,ପ୍ରଶାସନ ନୀରବ

ରାଉରକେଲା,୧୯।୬: (ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ତହସିଲ ଅଧୀନ ତୁମକେଲା ଓ ଲଇକେରା ଘାଟରୁ ପ୍ରତିଦିନ ଶହ ଶହ ଗାଡ଼ିରେ ବେଆଇନ ଭାବେ ବାଲି ଉଠାଯାଉଛି। ଫଳରେ ସରକାରଙ୍କ ବିପୁଳ ରାଜସ୍ବ ହାନି ହେଉଛି। ଏ ଦିଗରେ ବିଭାଗ ପକ୍ଷରୁ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ବାଲି ମାଫିଆ ସକ୍ରିୟ ହୋଇପଡିଥିବା ଆଲୋଚନା ହେଉଛି।
ସୂଚନା ଅନୁସାରେ, ରାଉରକେଲା ତହସିଲ ଅଧୀନରେ ୭ ବାଲିଘାଟ ରହିଛି। ଏହି ବାଲିଘାଟରୁ ପ୍ରତିବର୍ଷ ଖଣିଜ ରାଜସ୍ବ ଆକାରରେ ୪କୋଟିରୁ ଉର୍ଦ୍ଧ୍ୱ ରାଜସ୍ବ ସରକାରଙ୍କ ତହବିଲକୁ ଯାଇଥାଏ। ତନ୍ମଧ୍ୟରୁ ୧୬ ନମ୍ବର ତୁମକେଲା ଓ ଲଇକେରା ବାଲିଘାଟରୁ ବାଲି ଉଠାଣ ପାଇଁ ଏପର୍ଯ୍ୟନ୍ତ ରାଜସ୍ବ ବିଭାଗ ପକ୍ଷରୁ ଅନୁମତି ଦିଆଯାଇନାହିଁ। ଏହାସତ୍ତ୍ୱେ ଉକ୍ତ ବାଲିଘାଟରୁ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଶହ ଶହ ଗାଡ଼ି ଯୋଗେ ବେଆଇନ ଭାବେ ବାଲି ଉଠାଣ କରାଯାଉଛି। ସେହିପରି ସହରର ତାପମାତ୍ରା ୪୪ ଡିଗ୍ରୀ ରହୁଥିବା ବେଳେ ଶ୍ରମିକମାନଙ୍କୁ ଦିନତମାମ ଟାଣଖରାରେ ବାଲି ଉତ୍ତୋଳନ କାମରେ ନିୟୋଜିତ କରାଯାଉଥିବା ଦେଖିବାକୁ ମିଳୁଛି। ଅନ୍ୟପକ୍ଷେ ବାଲିଘାଟ ଲିଜ୍‌ଧାରୀଙ୍କ ନାଁରେ ରହିଥିବା କୋଟି କୋଟି ଟଙ୍କା ବକେୟା ରାଜସ୍ବ ଖଜଣା ଆଦାୟ ହେଉନାହିଁ। ସେହିପରି ମାସ ମାସ ଧରି ବାଲିଘାଟ ଗୁଡିକ ନିଲାମ ହେଉ ନ ଥିବାରୁ ଏହା ମାଫିଆଙ୍କୁ ସୁହାଉଛି। ଏ ସମ୍ପର୍କରେ ରାଉରକେଲା ତହସିଲଦାର ଚନ୍ଦ୍ରକାନ୍ତ ମଲ୍ଲିକଙ୍କୁ ପଚାରିବାରୁ ସେ କହିଲେ, ରାଉରକେଲା ତହସିଲ ଅଧୀନ ବିଭିନ୍ନ ବାଲିଘାଟ ନିଲାମ ହୋଇଛି। କେବଳ ୧୬ ନମ୍ବର ବାଲଘାଟ ନିଲାମ ହୋଇନାହିଁ। ଉକ୍ତ ବାଲିଘାଟରୁ ବେଆଇନ ବାଲି ଉତ୍ତୋଳନ ଉପରେ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri