ମହାନଦୀ, ଲୁଣା, ପାଇକାରୁ ଡଙ୍ଗାରେ ବେଆଇନ ବାଲି ଚାଲାଣ; ବିପଦରେ ଶ୍ରମିକମାନଙ୍କ ଜୀବନ ଜୀବିକା

ମହାକାଳପଡ଼ା,୪।୧( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମହାନଦୀ, ଲୁଣା, ପାଇକା, ଗୋବରୀ ନଦୀ ମଧ୍ୟରୁ ବାଲି ଉତ୍ତୋଳନ କରି ବେଆଇନ ଭାବେ ଡଙ୍ଗାରେ ଚାଲାଣ ହେଉଛି। ଅପରପକ୍ଷରେ ନଦୀ ମଧ୍ୟରେ ଥିବା ବାଲିକୁ କେତେଜଣ ବାଲି ବ୍ୟବସାୟୀ ବଡ଼ ବଡ଼ ଯନ୍ତ୍ର ଚାଳିତ ଡଙ୍ଗାରେ ଶ୍ରମିକମାନଙ୍କୁ ନିୟୋଜିତ କରି ଦିନରାତି ବାଲି ଚାଲାଣ କରୁଛନ୍ତି। ଫଳରେ ବର୍ଷାଦିନରେ ବନ୍ୟା ଆସିଲେ ନଦୀର ଗତିପଥ ପରିବର୍ତ୍ତନ ହେବା ସହ  ଅତଡ଼ା ଖସୁଥିବା କୁହାଯାଇଛି। ତେବେ ବେଆଇନ ବାଲି ଚାଲାଣ କରୁଥିବା ବ୍ୟବସାୟୀଙ୍କ ପ୍ରତି ରାଜସ୍ବ ବିଭାଗର ନଜର ନାହିଁ। ଏହାଦ୍ୱାରା ବିଭାଗ ବିପୁଳ ପରିମାଣରେ ରାଜସ୍ବ ହରାଉଛି। ଅପରପକ୍ଷରେ କେତେଜଣ ଶ୍ରମିକ ନିଜ ନାମ ଗୋପନ ରଖିବା ସର୍ତ୍ତରେ ନଦୀ ମଧ୍ୟରୁ ପାଣିରେ ବୁଡ଼ି ବାଲ୍ଟି ଦ୍ୱାରା ବାଲି ଉଠାଉଥିବା କହିଛନ୍ତି। ଅନ୍ୟ କିଛି ଉପାୟ ନ ପାଇ ପେଟ ପାଟଣା ଓ ପରିବାର ପ୍ରତିପୋଷଣ ପାଇଁ ଏହି ବିପଦପୂର୍ଣ୍ଣ କାମ କରିବାକୁ ପଡୁଛି ବୋଲି ଶ୍ରମିକମାନେ କହିଛନ୍ତି। ଏହି ଅଞ୍ଚଳରୁ ଦୈନିକ ୧୦ରୁ ଅଧିକ ଡଙ୍ଗାରେ ବାଲି ଚାଲାଣ ହେଉଛି। ସଇରାତରୁ ବାଲି ଉଠାଇଲେ ବ୍ୟବସାୟୀଙ୍କୁ ଅର୍ଥ ଦେବାକୁ ପଡ଼ିବ। ବିନା ଅର୍ଥରେ ଏମାନେ ଏହି ବେଆଇନ ନୀତିକୁ ଆପଣେଇ ବିପୁଳ ପରିମାଣରେ ଅର୍ଥ ରୋଜଗାର କରୁଛନ୍ତି ବୋଲି କୁହାଯାଇଛି। ଏହି ବ୍ୟବସାୟୀମାନେ ନଦୀ କୂଳରେ ଡଙ୍ଗା ଲଙ୍ଗର ପକାଇ ବାଲିକୁ ଅନଲୋଡ କରି ଟ୍ରାକ୍ଟର ପିଛା ୨ ହଜାର ଟଙ୍କା ରୋଜଗାର କରୁଛନ୍ତି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ମହାନଦୀ, ଲୁଣା, ପାଇକା ଆଦି ନଦୀ କୂଳରେ ବେଇଅନ ବାଲି ଗଦାଇ ବିକ୍ରି କରୁଥିବା ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ମହାକାଳପଡା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କୁ ପଚାରିବାରେ ଏଭଳି କାମ ନଜରକୁ ଆସିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri