ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ ଦୁଇ ଡେପୁଟି କଲେକ୍ଟର ଶୁଭ୍ରସ୍ନାତ ରାଉତ, ଯୋହନ ବଡ଼ଭୂୟାଁ, ଦୁଇ ଅତିରିକ୍ତ ତହସିଲଦାର ଅଭିଳାଷ ଶତପଥୀ, ଦୀପାରାଣୀ ବେହେରା, କନିଷ୍ଠ ଖଣି ଅଧିକାରୀ ରାଜେନ୍ଦ୍ର ବିଶୋୟୀଙ୍କ ସହ ବାଲିଖାଦାନ ଚଢ଼ାଉ କରି ୭ଟି ଟ୍ରାକ୍ଟର ଜବତ କରିଥିଲେ। ଟ୍ରାକ୍ଟରଗୁଡ଼ିକର କାଗଜପତ୍ର ଅବୈଧ ଥିବା ସହ ଚାଳକମାନଙ୍କ ଲାଇସେନ୍ସ ନ ଥିଲା ଓ ଅନୁମତିଠାରୁ ଅଧିକ ବାଲି ଉଠାଣ ହୋଇଥିବା ନଜରକୁ ଆସିଥିଲା। ପ୍ରତିଦିନ ବେଆଇନ ବାଲି ଚାଲାଣ ହେଉଥିବା ଖବର ବାରମ୍ବାର ଉପଜିଲାପାଳଙ୍କ ନଜରକୁ ଆସିବା ପରେ ଓ ଇସ୍ପାତ ଓ ଖଣି ବିଭାଗ ଦ୍ୱାରା ଜାରି ହୋଇଥିବା ନୂତନ ମାନକ କାର୍ଯ୍ୟାନୁଷ୍ଠାନ ପ୍ରଣାଳୀ (SOP)ନଂ: ୨୩୪୫ ତା:୦୨-୦୩-୨୦୨୬ ଅନୁଯାୟୀ ଚଢ଼ାଉ କରାଯାଇଥିଲା।

ଶନିବାର ମୋଟ୍‌ ୭ଟି ଟ୍ରାକ୍ଟରରୁ ୩,୫୬,୫୫୨ ଟଙ୍କା ଖଣି ବିଭାଗ ତରଫରୁ ଫାଇନ କରାଯାଇଥିଲା ଓ ଚାଲାଣ ମାଧ୍ୟମରେ ଅଦାୟ କରାଯାଇଥିଲା। ଗତ ୫ ତାରିଖରେ ବେଆଇନ ବାଲି ଚାଲାଣ ହେଉଥିବା ଏକ ଟିପ୍ପର ଖଣି ବିଭାଗ ଓ ପୋଲିସ ବିଭାଗ ଦ୍ୱାରା ଜବତ କରି ସେହି ଟିପ୍ପର ମାଲିକଙ୍କଠାରୁ ୪,୦୧,୨୯୬ ଟଙ୍କା ଖଣି ବିଭାଗ ତରଫରୁ ଜରିମାନା ଆଦାୟ କରାଯାଇଥିଲା। ଆଗାମୀ ଦିନରେ ବେଆଇନ ବାଲି ଚାଲାଣ, ଅବୈଧ କାଗଜପତ୍ର ସହ ବାଲି ଉଠାଣ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପଜିଲାପାଳ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri