ସମ୍ପୂର୍ଣ୍ଣ ଉଚ୍ଛେଦ ହେବ ବେଆଇନ ଚିଙ୍ଗୁଡ଼ିଘେରି

କଟକ ଅଫିସ,୧୬ା୯:ବେଆଇନ ଚିଙ୍ଗୁଡ଼ିଘେରିକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବା ସହ ଚିଙ୍ଗୁଡ଼ି ଚାଷ ପାଇଁ ସରକାର ଲିଜ୍‌ରେ ଜାଗା ଯୋଗାଇଦେବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ଚିଲିକାରେ ଦୟାନଦୀର ପ୍ରଦୂଷିତ ଜଳ ମିଶୁଥିବା ପ୍ରସଙ୍ଗକୁ ମଧ୍ୟ ଗୁରୁତର ସହ ନେଇ ଏ ଦିଗରେ ନିରାକରଣ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୨୬ ତାରିଖକୁ ଧାର୍ଯ୍ୟ ହୋଇଛି।
ପ୍ରକାଶ ଯେ, ହାଇକୋର୍ଟ ଆଦର୍‌ରଭୂମି ସୁରକ୍ଷାକୁ ଅତ୍ୟନ୍ତ ଗମ୍ଭୀରତାର ସହ ନେଇ ପରିବେଶ ସୁରକ୍ଷା ସହ ଲୋକଙ୍କ ଜୀବିକା ପ୍ରତି ଦୃଷ୍ଟି ଦେବାକୁ ବିଚାର କରିଛନ୍ତି। ଗୁରୁବାର ଶୁଣାଣି ବେଳେ ହାଇକୋର୍ଟ ରାଜସ୍ବ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇ ଚିଙ୍ଗୁଡ଼ି ଚାଷ ନିମନ୍ତେ ଲୋକଙ୍କୁ ଲିଜ୍‌ରେ ଜାଗା ଯୋଗାଇବାକୁ କହିଛନ୍ତି। ଯେପରି ପରିବେଶ ନଷ୍ଟ ହେବ ନାହିଁ ସେଥିପ୍ରତି ଧ୍ୟାନ ଦେଇ ଏକ ଯୋଜନା ପ୍ରସ୍ତୁତ କରିବେ। ଏଥିସହ ଭୁବନେଶ୍ୱରର ନର୍ଦ୍ଦମା ପାଣି ଗଙ୍ଗୁଆ ନାଳ ଦେଇ ଦୟାନଦୀରେ ମିଶିବା ଓ ଦୟାନଦୀର ଜଳ ଚିଲିକାରେ ମିଶୁଥିବାରୁ ଚିଲିକା ପ୍ରଦୂଷିତ ହେଉଥିବା ନେଇ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଏହାର ଶୁଣାଣି କରି ଦୟାନଦୀର ଜଳକୁ ଟ୍ରିଟମେଣ୍ଟ କରାଇବା ଦିଗରେ ରାଜ୍ୟ ସରକାର, ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଭୁବନେଶ୍ୱର ମହାନଗର ନିଗମ ଏକ ଯୋଜନା ପ୍ରସ୍ତୁତ କରି ହାଇକୋର୍ଟଙ୍କୁ ଜଣାଇବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଆମିକସ୍‌କ୍ୟୁରୀ ମୋହିତ ଅଗ୍ରୱାଲ ମାମଲା ପରିଚାଳନା କରିଥିଲେ।
ସୂଚନାଯୋଗ୍ୟ ଯେ, ଦେଶରେ ଥିବା ଆର୍ଦ୍ରଭୂମିଗୁଡ଼ିକର ସୁରକ୍ଷା ନେଇ ଆଗତ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ୧୫ଟି ରାଜ୍ୟର ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଏ ସମ୍ପର୍କିତ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ହାଇକୋର୍ଟ ନିଜ ଆଡୁ ମାମଲା ରୁଜୁ କରି ନିୟମିତ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଜିଲା ପ୍ରଶାସନଗୁଡିକୁ ନିର୍ଦ୍ଦେଶ ଦେଉଛନ୍ତି। ପୁରୀ ଜିଲାର କୃଷ୍ଣପ୍ରସାଦ ଅଞ୍ଚଳରେ ତହସିଲଦାର ଓ ଆରଆଇଙ୍କ ପ୍ରୋତ୍ସାହନରେ ଚିଙ୍ଗୁଡ଼ି ଘେରି ହେଉଥିବା ଆମିକସ୍‌କ୍ୟୁରୀ ଅଦାଲତଙ୍କୁ ଅବଗତ କରିଥିଲେ। କୃଷ୍ଣପ୍ରସାଦ ତହସିଲ୍‌ଦାର ଓ ବଜ୍ରକୋଟ ଆର୍‌ଆଇଙ୍କ ବିରୋଧରେ ଆସିଥିବା ଅଭିଯୋଗର ତଦନ୍ତ କରି ପୁରୀ ଜିଲାପାଳ କୃଷ୍ଣପ୍ରସାଦ ତହସିଲ ଅଧୀନରେ କାର୍ଯ୍ୟରତ ରାଜସ୍ବ ନିରୀକ୍ଷକ (ଆରଆଇ) ଓ ସହକାରୀ ରାଜସ୍ବ ନିରୀକ୍ଷକ (ଏଆର୍‌ଆଇ)ଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?