ଝିଲି ପାହାଡ଼ରେ ବେଆଇନ ପଥର କ୍ବାରି

ଯାଜପୁର ଅଫିସ,୫।୧୦: ଯାଜପୁର ଜିଲା ସୀମାନ୍ତବର୍ତ୍ତୀ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲି ପାହାଡରେ ବେଆଇନ ପଥରକ୍ବାରି ଉପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଉକ୍ତ ପଥରକ୍ବାରିରେ ପ୍ରଭାବିତ ସୁକାନ୍ତି ପ୍ରଧାନ, ସିପ୍ରା ପ୍ରଧାନ, ଶୈଳା ପ୍ରଧାନ, ପ୍ରେମାନନ୍ଦ ପ୍ରଧାନ, ସାନ୍ତନୁ କୁମାର ସାହୁ ଓ ସାନ୍ତନୁ ଭୁକ୍ତା ଗତ ୨୫ ତାରିଖରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଙ୍କ ଦ୍ୱାରସ୍ଥ ହେବା ପରେ ଏସ୍‌ପିସିବି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏସ୍‌ପିସିବିର ଅନୁଗୋଳ ଆଞ୍ଚଳିକ ଅଧିକାରୀ ଝିଲି ପଥର କ୍ବାରିର ଲିଜ୍‌ଧାରୀ ଓ ତହସିଲଦାରଙ୍କୁ ଦେଇଥିବା କାରଣ ଦର୍ଶାଅ ନୋଟିସରେ ଦର୍ଶାଯାଇଛି ଯେ, ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନର ଉଲ୍ଲଂଘନ କରି ପଥରକ୍ବାରି ଚାଲିଛି। ତେଣୁ ୧୫ ଦିନ ମଧ୍ୟରେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିଲେ ଆଇନ ଅନୁସାରେ ପଥରକ୍ୱାରିକୁ ବନ୍ଦ କରିବାକୁ ତାଙ୍କ ପତ୍ରସଂଖ୍ୟା ୨୨୧୦/୧ା୧୦ା୨୦୨୦ରେ ଉଲ୍ଲେଖ କରିଛନ୍ତି। ଅନ୍ୟପକ୍ଷେ ଅଭିଯୋଗକାରୀମାନେ ଏନଜିଟିରେ ଦେଇଥିବା ଆବେଦନ ପତ୍ର (ସଂଖ୍ୟା ୮୩/୨୦୨୦)ରେ ଅଭିଯୋଗ କରିଛନ୍ତି ଯେ, ଉକ୍ତ କ୍ୱାରି ଏବଂ କ୍ରଶର ପାଇଁ ଚତୁଃପାର୍ଶ୍ୱରେ ମୂଲ୍ୟବାନ ଶାଳ ଗଛ କଟାଯାଇଛି। ଏପରି କି ଉକ୍ତ କ୍ୱାରିର ପରିବେଶ ମଞ୍ଜୁରୀ ବୈଧତା ୩୧ା୩ା୨୦୨୦ରେ ଶେଷ ହୋଇସାରିଛି। ତଥାପି ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହଯୋଗରେ ବ୍ଲାଷ୍ଟିଂ କରି ବେଆଇନ ଭାବେ ପଥର ଉତ୍ତୋଳନ କାର୍ଯ୍ୟ ଜାରି ରହିଛି। ଏଥିଯୋଗୁ ନିକଟସ୍ଥ ଘରଗୁଡିକରେ ବଡ଼ ବଡ଼ ଫାଟ ସୃଷ୍ଟି ହେଉଛି। ଏଭଳି ଅନେକ ଅଭିଯୋଗ ନେଇ ଅଭିଯୋଗକାରୀମାନେ ଏନଜିଟିଙ୍କ ଦ୍ୱାରସ୍ଥ ହେବା ପରେ ଏସ୍‌ପିସିବି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri