ଝିଲି ପାହାଡ଼ରେ ବେଆଇନ ପଥର କ୍ବାରି

ଯାଜପୁର ଅଫିସ,୫।୧୦: ଯାଜପୁର ଜିଲା ସୀମାନ୍ତବର୍ତ୍ତୀ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ତହସିଲ ଅନ୍ତର୍ଗତ ଝିଲି ପାହାଡରେ ବେଆଇନ ପଥରକ୍ବାରି ଉପରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଉକ୍ତ ପଥରକ୍ବାରିରେ ପ୍ରଭାବିତ ସୁକାନ୍ତି ପ୍ରଧାନ, ସିପ୍ରା ପ୍ରଧାନ, ଶୈଳା ପ୍ରଧାନ, ପ୍ରେମାନନ୍ଦ ପ୍ରଧାନ, ସାନ୍ତନୁ କୁମାର ସାହୁ ଓ ସାନ୍ତନୁ ଭୁକ୍ତା ଗତ ୨୫ ତାରିଖରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ଙ୍କ ଦ୍ୱାରସ୍ଥ ହେବା ପରେ ଏସ୍‌ପିସିବି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏସ୍‌ପିସିବିର ଅନୁଗୋଳ ଆଞ୍ଚଳିକ ଅଧିକାରୀ ଝିଲି ପଥର କ୍ବାରିର ଲିଜ୍‌ଧାରୀ ଓ ତହସିଲଦାରଙ୍କୁ ଦେଇଥିବା କାରଣ ଦର୍ଶାଅ ନୋଟିସରେ ଦର୍ଶାଯାଇଛି ଯେ, ବାୟୁ ଓ ଜଳ ପ୍ରଦୂଷଣ ନିୟନ୍ତ୍ରଣ ଆଇନର ଉଲ୍ଲଂଘନ କରି ପଥରକ୍ବାରି ଚାଲିଛି। ତେଣୁ ୧୫ ଦିନ ମଧ୍ୟରେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିଲେ ଆଇନ ଅନୁସାରେ ପଥରକ୍ୱାରିକୁ ବନ୍ଦ କରିବାକୁ ତାଙ୍କ ପତ୍ରସଂଖ୍ୟା ୨୨୧୦/୧ା୧୦ା୨୦୨୦ରେ ଉଲ୍ଲେଖ କରିଛନ୍ତି। ଅନ୍ୟପକ୍ଷେ ଅଭିଯୋଗକାରୀମାନେ ଏନଜିଟିରେ ଦେଇଥିବା ଆବେଦନ ପତ୍ର (ସଂଖ୍ୟା ୮୩/୨୦୨୦)ରେ ଅଭିଯୋଗ କରିଛନ୍ତି ଯେ, ଉକ୍ତ କ୍ୱାରି ଏବଂ କ୍ରଶର ପାଇଁ ଚତୁଃପାର୍ଶ୍ୱରେ ମୂଲ୍ୟବାନ ଶାଳ ଗଛ କଟାଯାଇଛି। ଏପରି କି ଉକ୍ତ କ୍ୱାରିର ପରିବେଶ ମଞ୍ଜୁରୀ ବୈଧତା ୩୧ା୩ା୨୦୨୦ରେ ଶେଷ ହୋଇସାରିଛି। ତଥାପି ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହଯୋଗରେ ବ୍ଲାଷ୍ଟିଂ କରି ବେଆଇନ ଭାବେ ପଥର ଉତ୍ତୋଳନ କାର୍ଯ୍ୟ ଜାରି ରହିଛି। ଏଥିଯୋଗୁ ନିକଟସ୍ଥ ଘରଗୁଡିକରେ ବଡ଼ ବଡ଼ ଫାଟ ସୃଷ୍ଟି ହେଉଛି। ଏଭଳି ଅନେକ ଅଭିଯୋଗ ନେଇ ଅଭିଯୋଗକାରୀମାନେ ଏନଜିଟିଙ୍କ ଦ୍ୱାରସ୍ଥ ହେବା ପରେ ଏସ୍‌ପିସିବି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri