କେଳୁଣୀ ମୁହାଣରୁ ବେଆଇନ ଟ୍ରଲର ଜବତ

କୋଣାର୍କ,୧୬।୧୨(ଡି.ଏନ୍‌.ଏ.):ଅସ୍ତରଙ୍ଗ ଅନ୍ତର୍ଗତ କେଳୁଣୀ ମୁହାଣ ନିକଟ ନିଷିଦ୍ଧାଞ୍ଚଳରୁ ଗୁରୁବାର ଅପରାହ୍ନରେ ଅସ୍ତରଙ୍ଗ ବନ ବିଭାଗ ପକ୍ଷରୁ ଏକ ବେଆଇନ ଟ୍ରଲର ଜବତ କରାଯାଇଛି। ଉକ୍ତ ଟ୍ରଲର ନାମ ମହାଲକ୍ଷ୍ମୀ ହୋଇଥିବା ବେଳେ ଏହା ଅସ୍ତରଙ୍ଗ ନୂଆଗଡ଼ ଅଞ୍ଚଳର ବୋଲି ଜଣାପଡିଛି। ଏଥିସହ କେତେଜଣ ମତ୍ସ୍ୟଜୀବୀଙ୍କୁ ଅଟକ ରଖି ପଚରାଉଚରା କରାଯାଇଛି। ସୂଚନା ଅନୁସାରେ, ବର୍ତ୍ତମାନ ଅଲିଭ କଇଁଛଙ୍କ ଅଣ୍ଡାଦାନ ସମୟ ହୋଇଥିବାରୁ ସମୁଦ୍ର ଭିତରୁ ମାଛ ଧରିବା ପାଇଁ ଟ୍ରଲରଗୁଡିକୁ ବାରଣ କରାଯାଇଥିଲା। ସେଥିପାଇଁ ପ୍ରଶାସନ ପକ୍ଷରୁ ପ୍ରତି ଟ୍ରଲର ପିଛା ୭ହଜାର ଟଙ୍କା ଟ୍ରଲର ମାଲିକଙ୍କୁ ଦିଆଯାଇଥାଏ। କିନ୍ତୁ ଟ୍ରଲର ମାଲିକମାନେ ଟଙ୍କା ନେବା ପରେ ବି ଚୋରାରେ ନିଷିଦ୍ଧାଞ୍ଚଳରୁ ବେଆଇନ ଭାବେ ମାଛ ଧରୁଥିବା ଦେଖିବାକୁ ମିଳୁଛି। ଫଳରେ ଅସ୍ତରଙ୍ଗ ବନ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ଗୁରୁବାର ଏକ ଟ୍ରଲର ଜବତ କରିବା ସହ ମତ୍ସ୍ୟଜୀବୀଙ୍କୁ ଧରିଛନ୍ତି। ଉକ୍ତ ଟ୍ରଲରକୁ ଆଣି ଚନ୍ଦ୍ରଭାଗା ତେଲୁଗୁ ବସ୍ତି ନିକଟରେ ରଖାଯାଇ କୋଣାର୍କ ମତ୍ସ୍ୟ ବିଭାଗକୁ ହସ୍ତାନ୍ତର କରିଛି। ସେପଟେ ସରକାରୀ ଅଧିକାରୀ ଓ ଟ୍ରଲର ମାଲିକଙ୍କ ମଧ୍ୟରେ ସଲାସୁତରା ଥିବାରୁ ଅଲିଭ କଇଁଛ ବଳିପଡୁଛନ୍ତି। ଯାହା କିଛିଦିନ ପରେ ପୁରୀଠାରୁ ଅସ୍ତରଙ୍ଗ ପର୍ଯ୍ୟନ୍ତ ଅଲିଭ କଇଁଛମଙ୍କର ଅଣ୍ଡା ଦେବା ବନ୍ଦକୁ ନେଇ ଚିନ୍ତାରେ ପରିବେଶବିତ। ତେବେ ଜବତ ଟ୍ରଲରରେ ଥିବା ମାଛକୁ ଶୁକ୍ରବାର ନିଲାମ କରାଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri