ଦିଗପହଣ୍ଡିରେ ନକଲି ମଦ କାରଖାନା ଠାବ: ବଟଲିଂ ମେସିନ୍ ସହ ବିପୁଳ ନକଲି ମଦ ଜବତ, ଅଭିଯୁକ୍ତ ଗିରଫ

ଦିଗପହଣ୍ଡି୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ନକଲି ବିଦେଶୀ ମଦ, ଖାଲି ବୋତଲ, ଦେଶୀ ମଦ ପାଉଚ୍ ଏବଂ ଦୁଇଟି ବଟଲିଂ ମେସିନ୍ ଜବତ କରାଯାଇଛି। ଏହି ବେଆଇନ କାରବାରରେ ସଂପୃକ୍ତ ଥିବା ବ୍ୟବସାୟୀଙ୍କୁ ଗିରଫ କରାଯିବା ପରେ କୋର୍ଟ ଚାଲାଣ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ଦିନ ଗୁପ୍ତ ସୂଚନାକୁ ଭିତ୍ତି କରି ଦିଗପହଣ୍ଡି ଅବକାରୀ ଥାନା ଓଆଇସି ସସ୍ମିତା ମଲ୍ଲିକଙ୍କ ନେତୃତ୍ୱରେ ଅବକାରୀ ଟିମ୍ ସାନଖେମୁଣ୍ଡି ବ୍ଲକ୍ କଂସାମାରି ଗ୍ରାମର ବ୍ୟବସାୟୀ ଶାନ୍ତନୁ ବିଷୋୟୀଙ୍କ ଘରେ ଚଢ଼ାଉ କରିଥିଲେ। ଖାନତଲାସୀ ସମୟରେ ଘର ଭିତରୁ ବିକ୍ରି ପାଇଁ ମହଜୁଦ ଥିବା ନକଲି ବିଦେଶୀ ମଦ, ବିଭିନ୍ନ ନାମୀଦାମୀ କମ୍ପାନୀର ଲେବୁଲ୍, ଖାଲି ବୋତଲ, ବଟଲିଂ ମେସିନ୍ ଏବଂ ଜରି ଅଖାରେ ରଖାଯାଇଥିବା ବିପୁଳ ପରିମାଣର ଦେଶୀ ମଦ ପାଉଚ୍ ଜବତ ହୋଇଥିଲା।

ଏହି ଚଢ଼ାଉ ସମୟରେ ଅବକାରୀ ବିଭାଗ ପକ୍ଷରୁ ୨୨ ଲିଟର୍ ୫୦୦ ମିଲିଲିଟର୍ ନକଲି ବିଦେଶୀ ମଦ, ୨୦ ଲିଟର୍ ୭୦୦ ମିଲିଲିଟର୍ ବିଦେଶୀ ମଦ, ୪୪.୨ ଲିଟର୍ ବିୟର, ୮ ଲିଟର୍ ସରକାରୀ ଦେଶୀ ମଦ ସମେତ ୭୫୦ ମିଲିଲିଟର୍ ବିଶିଷ୍ଟ ୩୦ ଟି ଖାଲି ବୋତଲ, ୧୮୦ ମିଲିଲିଟର୍ ବିଶିଷ୍ଟ ୫୦ ବୋତଲ, ୧୭ ଖାଲି ପେପର କାର୍ଟୁନ୍, ୨ ବଟଲିଂ ମେସିନ୍ ଏବଂ ମଦ ପ୍ରସ୍ତୁତି ସରଞ୍ଜାମ ଜବତ କରାଯାଇଛି।

ସାକ୍ଷୀମାନଙ୍କ ଉପସ୍ଥିତିରେ ଜବତ ତାଲିକା ପ୍ରସ୍ତୁତ କରାଯିବା ସହ କେମିକାଲ୍ ପରୀକ୍ଷା ପାଇଁ ନମୂନା ସଂଗ୍ରହ କରାଯାଇ ସିଲ୍ କରାଯାଇଥିଲା। ପରେ ଅଭିଯୁକ୍ତ ଶାନ୍ତନୁ ବିଷୋୟୀଙ୍କୁ ଗିରଫ କରି ଅବକାରୀ ଥାନା ମାମଲା ନଂ. ୧୦୩/୨୬-୨୭ ଅନୁଯାୟୀ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ୍ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍-ଜେଲ୍ ହାଜତକୁ ପଠାଇ ଦିଆଯାଇଛି। ଶାନ୍ତନୁ ନିଜ ଘରେ ନକଲି ବିଦେଶୀ ମଦ ପ୍ରସ୍ତୁତ କରି ବିଭିନ୍ନ ଗ୍ରାମାଞ୍ଚଳକୁ ଚୋରା ଚାଲାଣ କରୁଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଅବକାରୀ ଓଆଇସି ସୂଚନା ଦେଇଛନ୍ତି। ଏହି ଚଢ଼ାଉରେ ଏଏସ୍‌ଆଇ ଏନ୍. ତ୍ରିପତି, କନେଷ୍ଟବଳ ରାଜେଶ ଜେନା, ବଳରାମ ପାତ୍ର, ଏସ୍.କେ. ରାଜେଶ ଉଦ୍ଦିନ୍ ଏବଂ ଆଲଫ ଲତା ସାହୁ ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?