ସଲମାନଙ୍କ ଫାର୍ମହାଉସରେ ପୋତା ହୋଇଛି ଫିଲ୍ମ ଷ୍ଟାରମାନଙ୍କ ମୃତଦେହ

ବଲିଉଡ ସୁପରଷ୍ଟାର ସଲମାନ ଖାନ ଓ ତାଙ୍କ ପଡ଼ୋଶୀ କେତନ କକ୍କଡଙ୍କ ମଧ୍ୟରେ ବିବାଦ ଥମିବାରେ ନାଁ ନେଉନି। ଦିନକୁ ଦିନ ବିବାଦ ଆହୁରି ବଢ଼ିିବାରେ ଲାଗିଛି। ସଲମାନ କେତନଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ମଧ୍ୟ ଦାଖଲ କରିଛନ୍ତି, ଯାହାର ଶୁଣାଣି କୋର୍ଟରେ ଚାଲିଛି। କେତନ ଜଣେ ଏନ୍‌ଆରଆଇ ସେ ବର୍ତ୍ତମାନ ସଲମାନଙ୍କ ପାନଭେଲସ୍ଥିତ ଫାର୍ମହାଉସ ନିକଟରେ ରୁହନ୍ତି। ସେ ସଲମାନଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେ ଏକ ୟୁଟ୍ୟୁବ ଚ୍ୟାନେଲକୁ ସାକ୍ଷାତକାର ଦେଇ କହିଛନ୍ତି, ସଲମାନଙ୍କ ଫାର୍ମହାଉସରେ ଅନେକ କଳାକାରମାନଙ୍କ ମୃତଦେହ ପୋତା ଯାଇଛି । ଫାର୍ମହାଉସରେ ହେଉଥିବା ପାର୍ଟିକୁ ଅନେକ କଳାକାରମାନେ ଆସନ୍ତି, ସେହି କଳାକାରମାନଙ୍କୁ ସେଠାରେ ହତ୍ୟା କରି ସେମାନଙ୍କ ମୃତଦେହକୁ କବର ଦିଆଯାଇଛି। ଖାଲି ଏତିକି ନୁହେଁ, ସଲମାନ ମଧ୍ୟ ତାଙ୍କ ଫାର୍ମହାଉସରୁ ପିଲାମାନଙ୍କୁ ଚୋରାଚାଲାଣ କରନ୍ତି। ସଲମାନଙ୍କ ପକ୍ଷରୁ ତାଙ୍କ ଓକିଲ ପ୍ରତିକ୍ରିୟାଦେଇ କହିଛନ୍ତି, ବିନା କୌଣସି ପ୍ରମାଣରେ ଏ ସବୁ ଭିତ୍ତିହୀନ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri