Posted inଜାତୀୟ

‘ମୁଁ ୨୪ କ୍ୟାରେଟ କଂଗ୍ରେସ ଲୋକ’

ଜମ୍ମୁ,୨୭।୧୨: “ମୁଁ ୨୪ କ୍ୟାରେଟ୍‌ କଂଗ୍ରେସ ଲୋକ”। ଏଭଳି କହି କଂଗ୍ରେସ ଛାଡ଼ୁଥିବା ନେଇ ଚାଲିଥିବା ଅନିଶ୍ଚତତାରେ ପୂର୍ଣ୍ଣଛେଦ ପକାଇଛନ୍ତି ଗୁଲାମ ନବି ଆଜାଦ।
ଦୁଇ ମାସ ହେଲା ଜମ୍ମୁ-କଶ୍ମୀରରେ ପ୍ରଚାର କରୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଆଜାଦ ଜମ୍ମୁର ଉପକଣ୍ଠ ଖୋଉର ଅଞ୍ଚଳରେ ଏକ ସର୍ବସାଧାରଣ ବୈଠକରେ କହିଛନ୍ତି, “ ହଁ, ମୁଁ ଜଣେ କଂଗ୍ରେସଲୋକ। କିଏ ତୁମକୁ କହିଲା ମୁଁ କଂଗ୍ରେସର ନୁହେଁ ବୋଲି? ମୁଁ ୨୪ କ୍ୟାରେଟ କଂଗ୍ରେସଲୋକ”। ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଭଳି ଆଜାଦ କଂଗ୍ରେସ ଛାଡ଼ିବା ନେଇ ଅନିଶ୍ଚିତତା ଦେଖାଦେଇଥିଲା।

ଗତବର୍ଷ ଠାରୁ କଂଗ୍ରେସର ସାଂଗଠନିକ ପରିବର୍ତ୍ତନ ଦାବି କରୁଥିବା ୨୩ ବରିଷ୍ଠ ନେତା(ଜି-୨୩)ଙ୍କ ମଧ୍ୟରେ ରହିଛନ୍ତି ଆଜାଦ। ସେ କହିଛନ୍ତି, ମୁଁ ଦଳ ଉପରେ ରାଗି ନାହିଁ। ଯେଉଁମାନେ ଦଳ ଭାଗ ଭାଗ କରୁଛନ୍ତି, ସେମାନଙ୍କୁ ଫାଟ ଦେଖାଯାଉଛି। ଆମେ କେବଳ ଲୋକଙ୍କୁ ଭଲପାଉ। ଆମକୁ ଏକଜୁଟ ରହିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଉତ୍କଳ ଦିବସରେ ମହାପୁରୁଷଙ୍କୁ ପୁଷ୍ପମାଲ୍ୟ : ମନେ ପକାଇଲେ ନେତା ଓ ପ୍ରଶାସନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ): ସମଗ୍ର ରାଜ୍ୟରେ ଏପ୍ରିଲ ୧ରେ ଉତ୍କଳ ଦିବସ ପାଳନ କରାଯାଇଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ତାହା ପାଳନ ହୋଇଛି । ବିଡ଼ିଓ ଅଚ୍ୟୁତାନନ୍ଦ…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ଯାଏ ବଢିଲା ଧାନକିଣା ଅବଧି

ଭୁବନେଶ୍ୱର,୧।୪: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଯେପରି…

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri