ମୁଁ ସୁସ୍ଥ, ମିଛ ପ୍ରଚାରର ଯାଞ୍ଚ ପାଇଁ କମିଟି ହେଉ: ନବୀନ

ଭୁବନେଶ୍ୱର,୩୦ା୫(ଅନିଲ ଦାସ)ବାରିପଦାର ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ଯାଞ୍ଚ କମିଟି ଗଠନ କରିବାକୁ କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ଏଭଳି ମନ୍ତବ୍ୟର କଡ଼ା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ନବୀନ କହିଛନ୍ତି ଯେ, ଯେଉଁମାନେ ମୋର ସ୍ବାସ୍ଥ୍ୟାବସ୍ଥା ନେଇ ଅପପ୍ରଚାର କରୁଛନ୍ତି ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ଲାଗି ପ୍ରଧାନମନ୍ତ୍ରୀ କମିଟି ଗଠନ କରନ୍ତୁ। ମୋର ସ୍ବାସ୍ଥ୍ୟ ଲାଗି ପ୍ରଧାନମନ୍ତ୍ରୀଙ୍କ ଯଦି ଏତେ ଚିନ୍ତା, ତେବେ ଜଣେ ଭଲ ବନ୍ଧୁ ଭାବେ ସେ ମୋତେ ଫୋନ କରିପାରିଥାନ୍ତେ। ମାତ୍ର ତାହା ନ କରି ସେ ନିର୍ବାଚନୀ ସଭାରେ ଅରୁଚିକର ବିବୃତି ଦେଉଛନ୍ତି। ଏପରି ଅପପ୍ରଚାର ପଛରେ ନ ପଡ଼ି ରାଜ୍ୟର ଦାବି ପୂରଣ କରିବାକୁ ନବୀନ ପ୍ରଧାନମନ୍ତ୍ରୀଙ୍କୁ ଆହ୍ବାନ ଦେଇଛନ୍ତି।

ନବୀନ କହିଛନ୍ତି ଯେ ମୋ ସ୍ବାସ୍ଥ୍ୟାବସ୍ଥା ନେଇ ପ୍ରଧାନମନ୍ତ୍ରୀ ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହା ରାଜନୈତିକ ପ୍ରଣୋଦିତ। ଭାଜପାର ଦିଲ୍ଲୀ ଏବଂ ଓଡ଼ିଶା ନେତାମାନେ ମୋ ସ୍ବାସ୍ଥ୍ୟକୁ ନେଇ ଗତ ୧୦ବର୍ଷ ଧରି ଅପପ୍ରଚାର କରୁଛନ୍ତି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଯଦି ମୋର ସ୍ବାସ୍ଥ୍ୟାବସ୍ଥା ଭଲନାହିଁ ତାହାହେଲେ ଗତ ମାସେ ହେବ କେମିତି ଏତେ ଖରା ଏବଂ ଗରମ ସତ୍ତ୍ୱେ ସାରା ରାଜ୍ୟରେ ନିର୍ବାଚନ ପ୍ରଚାର କରୁଛି। ଏବେ ନିମାପଡ଼ା ପ୍ରଚାର ପାଇଁ ଯାଉଛି। ବିରୋଧୀ ଭାଜପା ଏପରି ଅପପ୍ରଚାର ନ କରି ରାଜ୍ୟର ଦାବି ପୂରଣ କରନ୍ତୁ। ବର୍ଷ ବର୍ଷ ଧରି ରାଜ୍ୟବାସୀ ଦାବିକରି ଆସୁଥିବା କୋଇଲା ରୟାଲ୍‌ଟି ସଂଶୋଧନ ଏବଂ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ଉପରେ ମୋଦି ଗୁରୁତ୍ତ୍ୱ ଦିଅନ୍ତୁ। ଏହାଦ୍ବାରା ରାଜ୍ୟବାସୀ ଉପକୃତ ହେବେ ବୋଲି ନବୀନ କହିଛନ୍ତି। ନିର୍ବାଚନ ସମୟ ହୋଇଥିବାରୁ ଏଭଳି ଅପପ୍ରଚାର କରାଯାଉଛି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri