Posted inଜାତୀୟ

‘ମୁଁ ଜଣେ ହିନ୍ଦୁ, ଚାହିଁଲେ ଗୋମାଂସ ଖାଇପାରିବି’

ବେଙ୍ଗାଲୁରୁ,୨୪।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ସିଦ୍ଧରମୈୟା ଗୋମାଂସ ନିଷେଧ ବିବାଦକୁ ପୁଣି ତାଜା କରିଦେଇଛନ୍ତି। ସେ କହିଛନ୍ତି, ମୁଁ ଜଣେ ହିନ୍ଦୁ ଏବଂ ଏପର୍ଯ୍ୟନ୍ତ ଗୋମାଂସ ଖାଇ ନାହିଁ, କିନ୍ତୁ ମୁଁ ଚାହିଁଲେ ନିଶ୍ଚିତ ଭାବରେ ଏହାକୁ ଖାଇବି। ଖାଦ୍ୟ ମୋର ଅଭ୍ୟାସ ଏବଂ ମୋର ଅଧିକାର, ମୁଁ ଯାହା ଚାହିଁବି ତାହା ଖାଇପାରିବି। ସିଦ୍ଧରମୈୟା ଭାଜପାକୁ ଟାର୍ଗେଟ କରି କହିଛନ୍ତି, ତୁମେ କିଏ ପ୍ରଶ୍ନ କରିବ?
ତୁମାକୁରୁ ଜିଲାର ଏକ ସମାବେଶକୁ ସମ୍ବୋଧିତ କରି ସିଦ୍ଧରମୈୟା ଆରଏସଏସ ଉପରେ ଧର୍ମ ମଧ୍ୟରେ ଏକ ପ୍ରତିବନ୍ଧକ ସୃଷ୍ଟି କରୁଥିବା ଅଭିଯୋଗ କରିଛନ୍ତି। ଗୋମାଂସ କେବଳ ମୁସଲମାନ ଖାଆନ୍ତି ନାହିଁ, ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ଧର୍ମର ଲୋକମାନେ ମଧ୍ୟ ଗୋମାଂସ ଖାଆନ୍ତି।
କର୍ନାଟକରେ ଭାଜପା ସରକାର ଜାନୁଆରୀ ୨୦୨୧ରେ ଗୋସୁରକ୍ଷା ଆଇନ, ୨୦୨୦ ପ୍ରଣୟନ କରିଥିଲେ। ଏହି ନିୟମ ଅନୁଯାୟୀ ସମସ୍ତ ପ୍ରକାରର ଗୋରୁ କିଣିବା, ବିକ୍ରୟ, ପରିବହନ, ହତ୍ୟା ଏବଂ ବେପାର କରିବା ଏଠାରେ ବେଆଇନ ଅଟେ। ଏହି ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ୫୦ ହଜାରରୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜୋରିମନା ଏବଂ ସାତ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri