Posted inଜାତୀୟ

‘ମୁଁ ମୁଖ୍ୟମନ୍ତ୍ରୀ, ଆତଙ୍କବାଦୀ ନୁହେଁ’

ଚଣ୍ଡିଗଡ଼,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପାଇଁ ଉଡାଣ ଲାଗି ଅନୁମତି ନ ମିଳିବାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାଲିରେ ମୋତେ ଯୋଗଦେବାକୁ ଦିଆଗଲା ନାହିଁ। ଏଭଳି ଅଭିଯୋଗ ଆଣିଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରନଜୀତ ସିଂ ଚନ୍ନି।

“ଚରନଜିତ ସିଂ ଚନ୍ନି ଜଣେ ମୁଖ୍ୟମନ୍ତ୍ରୀ। ସେ ଆତଙ୍କବାଦୀ ନୁହେଁ ଯେ, ତାଙ୍କୁ ହୋଶିଆରପୁର ଉପରେ ଉଡ଼ାଣ ପାଇଁ ଅନୁମତି ଦିଆଗଲା ନାହିଁ” ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଉଡାଣ ପାଇଁ ଘଣ୍ଟାଏ ଅପେକ୍ଷା କରିବାକୁ ପଡ଼ିଥିଲା। କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ଜଲନ୍ଦର ଗସ୍ତ କାରଣରୁ ତାଙ୍କ ଉଡାଣକୁ ଅନୁମତି ମିଳି ନ ଥିଲା। ହୋଶିଆରପୁରରେ ରାହୁଲ ଗାନ୍ଧୀଙ୍କ ରାଲିରେ ଯୋଗଦେବା ପାଇଁ ଚଣ୍ଡିଗଡ଼ରୁ ଚପର ନେବାକୁ ଯାଇଥିଲେ ମୁଖ୍ୟମନ୍ତ୍ରୀ। ହେଲେ ଉଡାଣ ପାଇଁ ଅନୁମତି ନ ମିଳିବାରୁ ସେ ଘରକୁ ଫେରି ଆସିଥିଲେ।

“ମୁଁ ୧୧ଟା ବେଳେ ଉନାରେ ଥିଲି। କିନ୍ତୁ ହଠାତ୍‌ ହୋଶିରଆରପୁରକୁ ଉଡାଣ ପାଇଁ ଅନୁମତି ବାତିଲ କରି ଦିଆଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାରଣରୁ ଏହାକୁ ନୋ-ଫ୍ଲାଏ ଜୋନ ଘୋଷଣା କରାଯାଇଥିଲା। ଏଥିଯୋଗୁ ମୁଁ ରାହୁ୍‌ଲଙ୍କ ରାଲିରେ ଯୋଗ ଦେଇ ପାରି ନ ଥିଲି” ବୋଲି ଚନ୍ନି କହିଛନ୍ତି।

“ମୁଖ୍ୟମନ୍ତ୍ରୀ ଏଠାକୁ ଆସିବାର କାର୍ଯ୍ୟସୂଚୀ ଥିଲା। କିନ୍ତୁ ଏହି ସରକାର ଅନୁମତି ବାତିଲ କରିବା ଲଜ୍ଜାଜନକ ଘଟଣା। ଯଦି ନିର୍ବାଚନ ଆୟୋଗ ଏହି ଘଟଣାକୁ ସଂଜ୍ଞାକୁ ନ ନିଅନ୍ତି, ତେବେ ଏହି ନିର୍ବାଚନକୁ ମୁଁ ପ୍ରହସନ ବୋଲି ବୁଝିବି” ବୋଲି କଂଗ୍ରେସ ନେତା ସୁନୀଲ ଝାଖର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri