‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି।

ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ପାଇଁ ମୁଁ ଆଜି ବିଦେଶରେ ଗର୍ବିତ। ଭାରତୀୟମାନେ ଯେଉଁଠିକି ଯାଆନ୍ତି ସେଠିକାର ନିୟମ ସହ ଯୋଡ଼ି ହୋଇଯାଆନ୍ତି। ପ୍ରବାସୀଙ୍କ ସମସ୍ୟା ଦୂର କରିବା ଆମର ଦାୟିତ୍ୱ। ପ୍ରବାସୀଙ୍କ ସମୃଦ୍ଧି ଓ ସୁରକ୍ଷା ଉପରେ ଆମେ ଗୁରୁତ୍ୱ ଦେଉଛୁ। ପୂର୍ବରୁ ପ୍ରବାସୀମାନେ ସାହାଯ୍ୟ କରୁଥିଲେ। ଏବେ ସମୟ ବଦଳିଛି। ଆମେ ପ୍ରବାସୀଙ୍କୁ ଗୁରୁତ୍ୱ ଦେଉଛୁ।

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଭାରତର ବିକାଶରେ ଆପଣଙ୍କ ଯୋଗଦାନ ପ୍ରଶଂସାଯୋଗ୍ୟ। ଆପଣଙ୍କ ଯୋଗଦାନ ବିକଶିତ ଭାରତ ଯାତ୍ରାକୁ ଆହୁରି ଶକ୍ତି ଦେବ। ଆପଣ ଛୋଟ ଛୋଟ ସହରରେ ନିଜ ପିଲାଙ୍କୁ ବୁଲାନ୍ତୁ। ଅତିକମ୍‌ରେ ନିଜର ୫ ଜଣ ବନ୍ଧୁଙ୍କୁ ସାଙ୍ଗରେ ଆଣନ୍ତୁ। ଭାରତର ପ୍ରକୃତ ଇତିହାସକୁ ଆଗକୁ ଆଣନ୍ତୁ। ଯେଉଁଠି ବି ରୁହନ୍ତୁ ଆମର ପ୍ରକୃତ ଇତିହାସ ଜଣାନ୍ତୁ। ଯେଉଁଠି ରହୁଛନ୍ତି, ସେଠି ପୁରସ୍କାର ସମାରୋହ ଆୟୋଜନ କରାନ୍ତୁ। ବିଭିନ୍ନ କ୍ଷେତ୍ରରେ ସଫଳତା ପାଇଥିବା ମୂଳ ନିବାସୀଙ୍କୁ ପୁରସ୍କୃତ କରନ୍ତୁ। ଏଥିରେ ଆପଣଙ୍କୁ ଭାରତୀୟ ଦୂତାବାସ ସହଯୋଗ କରିବ।

ଗଣତନ୍ତ୍ର ଓ ବିବିଧତା ଆମର ଲାଇଫଲାଇନ୍। ଏକବିଂଶ ଶତାବ୍ଦୀରେ ଭାରତର ଅଦ୍ଭୂତପୂର୍ବ ବିକାଶ ହେଉଛି। ଅର୍ଥନୀତିରେ ଆମ ଦେଶ ଦଶମରୁ ପଞ୍ଚମ ସ୍ଥାନକୁ ଉଠିଛୁ। ଖୁବଶୀଘ୍ର ଏହି ତାଲିକାରେ ଆମେ ତୃତୀୟ ସ୍ଥାନକୁ ଉନ୍ନୀତ ହେବ। ଆଜି ଭାରତ ଫାଇଟର ଜେଟ୍ ନିର୍ମାଣ କରୁଛି। ଭାରତର କଥାକୁ ଆଜି ପୂରା ବିଶ୍ୱ ଶୁଣୁଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।

ପ୍ରଧାନମନ୍ତ୍ରୀ କହିଛନ୍ତି,  କିଛି ଦିନ ପରେ ମହାକୁମ୍ଭ ଆରମ୍ଭ ହେବାକୁ ଯାଉଛି। ପୋଙ୍ଗଲ, ବିହୁ ମଧ୍ୟ ପାଳନ ହେବ; ସବୁଠି ଉତ୍ସବର ବାତାବରଣ। ଓଡ଼ିଶା ସମୃଦ୍ଧ ଐତିହ୍ୟର ପ୍ରତିବିମ୍ବ । ଖଣ୍ଡଗିରି, ଉଦୟଗିରି, କୋଣାର୍କ ଦେଖିଲେ ଗର୍ବ ଅନୁଭବ ହୁଏ। ସମୁଦ୍ର ଯାତ୍ରା କରି ଓଡ଼ିଶାର ବଣିକମାନେ ବିଦେଶ ଯାଉଥିଲେ। ଏହାକୁ ସ୍ମରଣ ପାଇଁ ବାଲିଯାତ୍ରା ଆୟୋଜନ ହୁଏ। ଧଉଳି ଶାନ୍ତିର ପ୍ରତୀକ। ମୁଁ ଆପଣମାନଙ୍କୁ ଥ୍ୟାଙ୍କ ୟୁ କହିବାକୁ ଚାହୁଁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri