Posted inଜାତୀୟ

ମୋ ମନ୍ତବ୍ୟ ପାଇଁ ମୁଁ ଜେଲ ଯିବାକୁ ପ୍ରସ୍ତୁତ: ମହୁଆ ମୋଇତ୍ର…

ନୂଆଦିଲ୍ଲୀ,୧୬।୩ : ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ଝଡ଼ତୋଫାନ ବୋଲି ପ୍ରମାଣିତ ହେଉଛି। ଲଗାତାର ତିନି ଦିନ ଧରି ସଂସଦର ଉଭୟ ଗୃହ, ଲୋକସଭା ଏବଂ ରାଜ୍ୟସଭାରେ କାର୍ଯ୍ୟ ହୋଇପାରି ନାହିଁ। ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତି, ଆଦାନୀ ପ୍ରସଙ୍ଗ ଏବଂ ଏଜେନ୍ସିର ଅପବ୍ୟବହାରକୁ ନେଇ ଶାସକ ତଥା ବିରୋଧୀ ଦଳ ମଧ୍ୟରେ ବିବାଦ ଜାରି ରହିଛି।

ଏପରିସ୍ଥଳେ ଟିଏମସି ଏମ୍‌ପି ମହୁଆ ମୋଇତ୍ର ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଏକ ବଡ ଅଭିଯୋଗ ଆଣିଛନ୍ତି। ମହୁଆ କହିଛନ୍ତି ଗଣତନ୍ତ୍ର ବିପଦରେ ଅଛି ଏବଂ ମୁଁ ମୋର ଏହି ମନ୍ତବ୍ୟ ପାଇଁ ଜେଲ ଯିବାକୁ ମଧ୍ୟ ପ୍ରସ୍ତୁତ ଅଛି।

ଏକ ଟୁଇଟରେ ମହୁଆ ଓମ ବିର୍ଲାଙ୍କ ବିରୋଧରେ ମାଇକ ବନ୍ଦ କରିଥିବାର ଅଭିଯୋଗ କରିଛନ୍ତି । ସେ ଟୱିଟ କରି କହିଛନ୍ତି, “ଗତ ତିନି ଦିନ ମଧ୍ୟରେ ବାଚସ୍ପତି ଓମ ବିର୍ଲା କେବଳ ଭାଜପା ଏମ୍‌ପିଙ୍କୁ ମାଇକରେ କଥା ହେବାକୁ ଅନୁମତି ଦେଇଥିଲେ ଏବଂ ପରେ ଗୃହକୁ ସ୍ଥଗିତ ରଖିଥିଲେ। କୌଣସି ବିରୋଧୀ ସଦସ୍ୟଙ୍କୁ କହିବାକୁ ଅନୁମତି ଦିଆଯାଇ ନ ଥିଲା। ଏହା ଗଣତନ୍ତ୍ର ବିପଦରେ ଅଛି ବୋଲି ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri