ଦେଶଦ୍ରୋହ ମାମଲା ପାଇଁ ମୋଦିଙ୍କୁ ଆଇଏମ୍‌ଏର ଚିଠି

ନୂଆଦିଲ୍ଲୀ, ୨୭।୫: କୋଭିଡ୍‌ ଟିକାକରଣ ବିରୋଧରେ ବାବା ରାମଦେବ ଚଳାଇଥିବା ଅପପ୍ରଚାର ରୋକିବା ଲାଗି ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍‌ଏ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଅନୁରୋଧ କରିଛି। ଏଥିସହିତ ଦେଶଦ୍ରୋହ ଆଇନ ଅନୁଯାୟୀ ଯୋଗଗୁରୁଙ୍କ ବିରୋଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ମୋଦିଙ୍କୁ ଆଇଏମ୍‌ଏ ନିବେଦନ କରିଛି। କୋଭିଡ୍‌ ଟିକାର ଉଭୟ ଡୋଜ୍‌ ନେବା ସତ୍ତ୍ୱେ ୧୦,୦୦୦ ଡାକ୍ତରଙ୍କ ମୃତ୍ୟୁ ହେଲାଣି। ଏଲୋପାଥି ଔଷଧ ଯୋଗୁ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି ବୋଲି ରାମଦେବ ଏକ ଭିଡିଓ ବାର୍ତ୍ତାରେ ଅଭିଯୋଗ କରିଥିଲେ। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କରୋନା ମହାମାରୀରୁ ସୁରକ୍ଷା ଲାଗି ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଟିକାଦାନ ଲାଗି ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତିକୁ ଆଇଏମ୍‌ଏ ସକ୍ରିୟତାର ସହ ଆଗେଇ ନେଉଛି। ଟିକାକରଣ ଆରମ୍ଭ ହେବା ପରେ ପ୍ରଥମେ ଆଇଏମ୍‌ଏ ଅଧିକାରୀମାନେ ଟିକା ନେଇ ଅନ୍ୟମାନଙ୍କୁ ଏଥିପାଇଁ ପ୍ରୋତ୍ସାହିତ କରିଥିଲେ। ଆଧୁନିକ ମେଡିସିନ ପେସାଦାରମାନେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଆଇସିଏମ୍‌ଆର୍‌ କିମ୍ବା ଚିକିତ୍ସା ପାଇଁ ଜାତୀୟ ଟାସ୍କଫୋର୍ସର ଗାଇଡ୍‌ଲାଇନ ଓ ପ୍ରୋଟୋକଲକୁ ପାଳନ କରିଥାନ୍ତି। ଏଲୋପାଥି ଔଷଧ ଲୋକଙ୍କୁ ମାରିଦେଉଛି ବୋଲି ଯଦି ଜଣେ ଦାବି କରେ ଏହା ମନ୍ତ୍ରଣାଳୟକୁ ଚ୍ୟାଲେଞ୍ଜ ପାଇଁ ଉଦ୍ୟମ। କରୋନା ମହାମାରୀ ସମୟରେ ଡାକ୍ତରମାନେ ଆଗଧାଡ଼ିର ଯୋଦ୍ଧା ଭାବେ କାର୍ଯ୍ୟକରି ଗୁରୁତର ରୋଗୀଙ୍କ ଜୀବନ ବଞ୍ଚାଉଛନ୍ତି। ଇତିମଧ୍ୟରେ ପ୍ରଥମ ଲହରରେ ୭୫୩ ଏବଂ ଦ୍ୱିତୀୟ ଲହରରେ ୫୧୩ ଜଣ ଡାକ୍ତରଙ୍କ ଜୀବନ ଗଲାଣି। ପ୍ରଥମ ଲହର ବେଳେ ପ୍ରାଣ ହରାଇଥିବା କୌଣସି ଡାକ୍ତର ଟିକା ନେଇ ନ ଥିଲେ। ଦ୍ୱିତୀୟ ଲହରରେ ପ୍ରାଣ ହରାଇଥିବା ଅଧିକାଂଶ ଡାକ୍ତର ବିଭିନ୍ନ କାରଣରୁ ଟିକା ନେଇ ନ ଥିଲେ ବୋଲି ଆଇଏମ୍‌ଏ କହିଛି। ଦୁଇ ଡୋଜ୍‌ ଟିକା ନେବା ପରେ ୧୦ ହଜାର ଡାକ୍ତର ମରିଛନ୍ତି ବୋଲି ଅଭିଯୋଗ କରିବା ଟିକାକରଣ କାର୍ଯ୍ୟକ୍ରମକୁ ଭଣ୍ଡୁର କରିବା ଲାଗି ଏକ ସୁଚିନ୍ତିତ ଉଦ୍ୟମ। ଏହାକୁ ତୁରନ୍ତ ବନ୍ଦ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri