Posted inଜାତୀୟ

ପୁଣି ବାବା ରାମଦେବଙ୍କୁ ଲାଗିଲା ଝଟ୍‌କା: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ ମାଗିଲା ଆଇଏମଏ

ନୂଆଦିଲ୍ଲୀ,୨୨।୨: କରୋନା ଭାଇରସ ସହିତ ଲଢିବା ପାଇଁ ପତଞ୍ଜଳିଙ୍କ କରୋନିଲକୁ ସମର୍ଥନ କରିଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ନିନ୍ଦା କରିଛି ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମଏ)। ସୋମବାର ଆଇଏମଏ କହିଛି ଯେ, ମେଡିକାଲ କାଉନସିଲ ଅଫ ଇଣ୍ଡିଆ (ଏମସିଆଇ)ର ନିୟମ ଅନୁଯାୟୀ କୌଣସି ଡାକ୍ତର କୌଣସି ଔଷଧକୁ ପ୍ରୋତ୍ସାହିତ କରିପାରିବେ ନାହିଁ। ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ନିଜେ ଜଣେ ଡାକ୍ତର, ତେଣୁ ସେ ନିୟମ ବିରୋଧରେ କାର୍ଯ୍ୟ କରିଛନ୍ତି। ତେଣୁ ଏହାର ଉତ୍ତର ତାଙ୍କୁ ଉତ୍ତର ଦେବାକୁ ପଡ଼ିବ। ଆୟୁର୍ବେଦିକ ଔଷଧ ‘କରୋନିଲ’ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ପ୍ରମାଣିତ ହୋଇନି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ସାଉଥ-ଇଷ୍ଟ ଏସିଆ ଏକ ଟୁଇଟ୍‌ କରିଛି। ଯେଉଁଥିରେ ଉଲ୍ଲେଖ ରହିଛି ଡବ୍ଲୁଏଚ୍‌ଓ କୋଭିଡ ପାଇଁ କୌଣସି ଟ୍ରାଡିସନାଲ (ଆୟୁର୍ବେଦିକ) ଔଷଧ ବାବଦରେ ସମୀକ୍ଷା କରେ ନାହିଁ କି ପ୍ରମାଣପତ୍ର ଦିଏ ନାହିଁ। ହେଲେ ଫେବୃଆରୀ ୧୯ରେ ଏହି ଔଷଧର ଉନ୍ମୋଚନ ବେଳେ ପତଞ୍ଜଳିର ପ୍ରମୋଟର ତଥା ଯୋଗଗୁରୁ ବାବ ରାମଦେବ କହିଥିଲେ ଏହି ଔଷଧ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଜିଏମପି ଓ ବୈଜ୍ଞାନିକଙ୍କ ଦ୍ୱାରା ପ୍ରମାଣିତ। ଏବେ ଏହାକୁ ନେଇ ଇଣ୍ଡିଆନ ମେଡିକାଲ ଆସୋସିଏସନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଚର ହର୍ଷବର୍ଦ୍ଧନଙ୍କର ସ୍ପଷ୍ଟୀକରଣ ମାଗିଛି। ସୂଚନାଯୋଗ୍ୟ, ଫେବୃଆରୀ ୧୯ରେ ରାମଦେବ ଏହି ଔଷଧ ବାବଦରେ ପ୍ରେସ କନଫରେନସ କରିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଦନ, ନୀତିନ ଗଡ଼କରୀ ଏବଂ ପତଞ୍ଜଳିର ସିଇଓ ଆଚାର୍ଯ୍ୟ ବାଲକ୍ରିଷ୍ଣନ୍‌ ତାଙ୍କ ପାଖରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?