Posted inଜାତୀୟ

କୋଲକାତା ଲଜ୍ଜା: ସନ୍ଦୀପ ଘୋଷ୍‌ଙ୍କୁ ନିଲମ୍ବନ କଲା ଆଇଏମ୍‌ଏ

କୋଲକାତା,୨୮ା୮: କୋଲକାତା ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ବୁଧବାର ତାଙ୍କ ସଦସ୍ୟତା ପଦରୁ ନିଲମ୍ବନ କରିଛି ଆଇଏମ୍‌ଏ।

कोलकाता रेप केस में IMA का एक्शन, संदीप घोष की सदस्यता निलंबित

ରାଷ୍ଟ୍ରୀୟ ସଭାପତି ଡ. ଆର୍‌.ଭି ଅଶୋକନଙ୍କ ଦ୍ୱାରା ଗଠିତ ଅନୁଶାସନ କମିଟି, ଆଇଏମ୍‌ଏ ଏଚ୍‌କ୍ୟୁଏସ୍‌ର ସର୍ବସମ୍ମତି କ୍ରମେ ଉପାଧ୍ୟକ୍ଷ ସଦସ୍ୟତା ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି।

କୋଲକାତା ବଳାତ୍କାର ମାମଲାରେ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଭାରତୀୟ ମେଡିକାଲ ଆସୋସିଏଶନ(ଆଇଏମ୍‌ଏ) ସନ୍ଦୀପଙ୍କ ସଦସ୍ୟତା ସ୍ଥଗିତ ରଖିଛି। ଆଇଏମଏ ସଭାପତିଙ୍କ ତରଫରୁ ସନ୍ଦୀପଙ୍କୁ ଏ ସମ୍ପର୍କରେ ଏକ ଚିଠି ଲେଖାଯାଇଛି। ଡକ୍ଟର ଘୋଷ୍‌ ଆଇଏମ୍‌ଏ କୋଲକାତା ଶାଖାର ଉପାଧ୍ୟକ୍ଷ ଥିଲେ।

ସନ୍ଦୀପ ଦୁର୍ନୀତି ଏବଂ ଅନିୟମିତତା ଅଭିଯୋଗର ସମ୍ମୁଖୀନ ହେଉଛନ୍ତି। ବଳାତ୍କାର ହତ୍ୟା ମାମଲାର ତଦନ୍ତ କରୁଥିବା ସିବିଆଇ ମଧ୍ୟ କିଛି ପ୍ରମାଣ ପାଇଛି। ବର୍ତ୍ତମାନ ତାଙ୍କ ବିରୋଧରେ ଇଡି ମଧ୍ୟ ଏକ ମାମଲା ରୁଜୁ କରିଛି। ଏହି ସମୟରେ ଭାରତୀୟ ମେଡିକାଲ ଆସୋସିଏଶନ ମୁଖ୍ୟାଳୟର ଅନୁଶାସନ କମିଟି ମଧ୍ୟ ସର୍ବସମ୍ମତି କ୍ରମେ ସନ୍ଦୀପଙ୍କୁ ନିଲମ୍ବନ କରିବାକୁ ନିଷ୍ପତ୍ତି ନେଇଛି।

ଚିଠିରେ ଲେଖାଯାଇଛି ଯେ, ଆଇଏମ୍‌ଏ ପଶ୍ଚିମବଙ୍ଗର ରାଜ୍ୟ ଶାଖା ସହିତ ଡାକ୍ତରଙ୍କ ଅନ୍ୟ ସଂଗଠନଗୁଡ଼ିକ ମଧ୍ୟ ଆପଣଙ୍କ ସମଗ୍ର ବୃତ୍ତିକୁ ବଦ୍‌ନାମ କରୁଥିବା ବର୍ଣ୍ଣନା କରିଛନ୍ତି ଏବଂ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେଥିପାଇଁ ଆଇଏମ୍‌ଏ ମୁଖ୍ୟାଳୟର ଅନୁଶାସନ କମିଟି ସର୍ବସମ୍ମତି କ୍ରମେ ଆପଣଙ୍କୁ ତୁରନ୍ତ ଭାରତୀୟ ମେଡିକାଲ ଆସୋସିଏସନର ସଦସ୍ୟତାରୁ ନିଲମ୍ବନ କରିବାକୁ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?