କାଉଡ଼ି ଯାତ୍ରାକୁ ନେଇ ଚିନ୍ତା ପ୍ରକଟ କଲା ଆଇଏମ୍‌ଏ

ଡେରାଡୁନ,୧୩।୭: ଜୁଲାଇ ୨୫ରୁ ଆରମ୍ଭ ହେବାକୁ ଥିବା କାଉଡି ଯାତ୍ରାକୁ ଅନୁମତି ଦେବା ପାଇଁ ଉତ୍ତରାଖଣ୍ଡ ସରକାର ବିଚାର କରୁଛନ୍ତି। ଇତିମଧ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି ଜୋର ଧରିଛି। ଏନେଇ ଉତ୍ତରାଖଣ୍ଡର ଇଣ୍ଡିଆନ ମେଡିକାଲ ସାଇନ୍ସ(ଆଇଏମ୍‌ଏ) ପକ୍ଷରୁ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କୁ ଏକ ଚିଠି ଲେଖାଯାଇଛି। ଉକ୍ତ ଚିଠିରେ ଯାତ୍ରା ଉପରେ ରୋକୋ ଲଗାଇବାକୁ ଦାବି କରାଯାଇଛି। ସୂଚନା ମୁତାବକ କରୋନା ମହାମାରୀର ତୃତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଆଇଏମ୍‌ଏ ଏହି ପ୍ରସଙ୍ଗ ଉପରେ ସ୍ବର ଉଠାଇଛି। ତେଣୁ ଏନେଇ ଆଇଏମ୍‌ଏର ରାଜ୍ୟ ସଚିବ ଡାକ୍ତର ଅଜୟ ଖନ୍ନା ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖି କହିଛନ୍ତି, ରାଜ୍ୟରେ କାଉଡି ଯାତ୍ରା ପାଇଁ ସରକାର ଅନୁମତି ନ ଦିଅନ୍ତୁ। କାରଣ ବିଶେଷଜ୍ଞଙ୍କ କହିବା ଅନୁସାରେ ଜୁଲାଇ ଓ ଅଗଷ୍ଟରେ କରୋନାର ତୃତୀୟ ଲହର ଆସିବାର ବହୁ ସମ୍ଭାବନା ରହିଛି। ଯଦି କାଉଡି ଯାତ୍ରା ଅନୁଷ୍ଠିତ ହେବ ତେବେ କରୋନା ସଂକ୍ରମଣ ବୃଦ୍ଧି ପାଇପାରେ ବୋଲି ଅଜୟ ଖନ୍ନା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, କରୋନାର ପ୍ରଥମ ଲହର ପରେ କେହି କରୋନା ନିୟମ ପାଳନ କଲେ ନାହଁି, ଯେଉଥିପାଇଁ ଦେଶକୁ ଦ୍ୱିତୀୟ ଲହରର ତାଣ୍ଡବର ସାମ୍ନାକୁ କରିବାକୁ ପଡ଼ିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri