ଚିନ୍ତା ବଢ଼ାଇଲା IMD ଡିଜିଙ୍କ ଆକଳନ: ଏହି ସବୁ ଜିଲାରେ ପ୍ରବଳ ଛେଚିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୫: ପଶ୍ଚିମ କେନ୍ଦ୍ରୀୟ ଓ ତା’ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ଅନ୍ୟପକ୍ଷେ ମୌସୁମୀ ବର୍ଷା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇଛନ୍ତି। ଜୁନ ମାସରେ ଅଧିକ ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି। ଜୁନ୍‌ରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ IMD ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମେ ମାସରେ ଦେଶରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି। ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ିଦେଲେ ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି। କେରଳକୁ ୮ ଦିନ ଆଗୁଆ ମୌସୁମୀ ପ୍ରବେଶ କରିଛି। ଦକ୍ଷିଣ ଭାରତ ଏବଂ ମହାରାଷ୍ଟ୍ରରେ ମୌସୁମୀ ପହଞ୍ଚି ସାରିଛି। ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଥିବା IMD ଡିଜି ମହାପାତ୍ର ସୂଚନା ଦେଇଛନ୍ତି।

ସଚନା ଯୋଗ୍ୟ, ଲଘୁଚାପ ପ୍ରଭାବରେ ୩୧ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ଘଡ଼ଘଡ଼ି ସହ ଦଲକା ଦଲକା ପବନ ବହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏନେଇ ୧୫ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri