Posted inଜାତୀୟ

ଏବର୍ଷ ମୌସୁମୀରେ କିପରି ହେବ ବର୍ଷା ? IMDର ବଡ଼ ଭବିଷ୍ୟବାଣୀ, ତାତିକୁ ନେଇ ବି କଲା ସତର୍କ

ନୂଆଦିଲ୍ଲୀ,୧୫।୪: ଆଗାମୀ ମୌସୁମୀ ଋତୁରେ ଭାରତରେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ମଙ୍ଗଳବାର କହିଛି। ଫଳରେ କୃଷିଭିତ୍ତିକ ଅର୍ଥନୀତି ପାଇଁ ଭଲ ଫସଲ ଅମଳ ହେବାର ଆଶା ସଞ୍ଚାର ହୋଇଛି।

ଭାରତରେ ଦକ୍ଷିଣପଶ୍ଚିମ ମୌସୁମୀ ଜୁନ୍‌ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅନୁଭୂତ ହୋଇଥାଏ। ଦୀର୍ଘମିଆଦୀ ହାରାହାରି ବୃଷ୍ଟିପାତ ୮୭ ସେଣ୍ଟିମିଟର ହୋଇଥିବାବେଳେ ମୌସୁମୀ ଚତୁର୍ମାସରେ ଏହାର ୧୦୫ ପ୍ରତିଶତ ବୃଷ୍ଟିପାତ ହେବ ବୋଲି ଆକଳନ କରାଯାଇଥିବା ଭୂବିଜ୍ଞାନ ମନ୍ତ୍ରଣାଳୟ ସଚିବ ଏମ୍‌. ରବିଚନ୍ଦ୍ରନ୍‌ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ତାମିଲନାଡୁର ଅଧିକାଂଶ ଅଞ୍ଚଳ ଏବଂ ଉତ୍ତରପୂର୍ବାଞ୍ଚଳରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇପାରେ। ସେହିପରି ଜମ୍ମୁ-କଶ୍ମୀର, ଲଦାଖ, ବିହାରର କେତେକ ଅଞ୍ଚଳରେ ମଧ୍ୟ କମ୍‌ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ଓଡ଼ିଶା, ମଧ୍ୟପ୍ରଦେଶ, ରାଜସ୍ଥାନ, ମହାରାଷ୍ଟ୍ର, ଛତିଶଗଡ଼, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକରୁ ଅଧିକ ବର୍ଷା ହେବ।

ଭାରତରେ ମୌସୁମୀ ବର୍ଷାକୁ ପ୍ରଭାବିତ କରୁଥିବା ସମସ୍ତ ବୈଶ୍ୱିକ କାରକ ମଧ୍ୟରୁ ଚଳିତ ବର୍ଷ ୨ଟିର ନିଷ୍କ୍ରିୟ ପ୍ରଭାବ ରହିବାକୁ ଥିବାବେଳେ ଗୋଟିଏର ସକାରାତ୍ମକ ପ୍ରଭାବ ଅନୁଭୂତ ହେବ। ତେଣୁ ଆଗାମୀ ମୌସୁମୀରେ ସ୍ବାଭାବିକ ବର୍ଷା ହେବାର ୩୦ ପ୍ରତିଶତ ସୁଯୋଗ ରହିଥିବାବେଳେ ସ୍ବାଭାବିକଠାରୁ ଅଧିକ ବୃଷ୍ଟିପାତ ହେବାର ୩୩% ଅତ୍ୟଧିକ ବର୍ଷା ହେବାର ୨୬% ସମ୍ଭାବନା ରହିଥିବା ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ପାଣିପାଗ ବିଭାଗ କହିବା ଅନୁଯାୟୀ, ୫୦ ବର୍ଷର ହାରାହାରି ବୃଷ୍ଟିପାତ ୮୭ ସେଣ୍ଟିମିଟରର ୯୬ରୁ ୧୦୪ ପ୍ରତିଶତ ମଧ୍ୟରେ ବର୍ଷା ହେଲେ, ଏହାକୁ ସ୍ବାଭାବିକ ବିବେଚନା କରାଯାଇଥାଏ। ୯୦ ପ୍ରତିଶତରୁ କମ୍‌ ବର୍ଷାକୁ ବର୍ଷାଭାବ ଧରାଯାଉଥିବାବେଳେ ୯୦ରୁ ୯୫ ପ୍ରତିଶତକୁ ସ୍ବାଭାବିକଠାରୁ କମ୍‌ ଏବଂ ୧୦୫ରୁ ୧୧୦ ପ୍ରତିଶତ ମଧ୍ୟରେ ବୃଷ୍ଟିପାତକୁ ସ୍ବାଭାବିକଠାରୁ ଅଧିକ ତଥା ୧୧୦ ପ୍ରତିଶତରୁ ଅଧିକ ବର୍ଷାକୁ ଅତ୍ୟଧିକ ବୃଷ୍ଟିପାତ ବିବେଚନା କରାଯାଏ।

ଆଇଏମଡି ମହାନିର୍ଦ୍ଦେଶକଙ୍କ ଅନୁଯାୟୀ, ବର୍ତ୍ତମାନ ଦେଶର ଏକ ବଡ଼ ଭାଗରେ ପ୍ରବଳ ଗରମ ରହିଛି। ଆଗାମୀ ତିନି ମାସ ମଧ୍ୟରେ ଗରମ ସ୍ତର ଆହୁରି ବୃଦ୍ଧି ପାଇପାରେ। ଅତ୍ୟଧିକ ଗରମ ଯୋଗୁ ପାୱାର ଗ୍ରୀଡ ଉପରେ ଚାପ ବୃଦ୍ଧି ପାଇବାର ସମ୍ଭାବନା ମଧ୍ୟ ସେ ପ୍ରକାଶ କରିଛନ୍ତି। କୁହାଯାଉଛି ଯେ ପ୍ରବଳ ଗରମ ଯୋଗୁ ଜଳଭଣ୍ଡାରଗୁଡ଼ିକରେ ପାଣିର ଅଭାବ ହୋଇପାରେ ଏବଂ ଅନେକ ଅଞ୍ଚଳରେ ମରୁଡ଼ି ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ତଥାପି, ଏହି ପରିସ୍ଥିତିରେ ବର୍ଷାର ପୂର୍ବାନୁମାନ ବହୁତ ଆରାମଦାୟକ। ପାଣିପାଗ ବିଭାଗ ଅନୁଯାୟୀ, ବର୍ଷା କେବଳ କୃଷି କ୍ଷେତ୍ର ପାଇଁ ନୁହେଁ ବରଂ ସହରଗୁଡ଼ିକ ପାଇଁ ମଧ୍ୟ ବହୁତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri