Posted inଜାତୀୟ

ହାଡଭଙ୍ଗା ଶୀତ ପରେ ଏବେ ବର୍ଷା ସାଙ୍ଗକୁ ତୁଷାରପାତ, ବଦଳୁଛି ଉତ୍ତର ଭାରତର ପାଣିପାଗ

ନୂଆଦିଲ୍ଲୀ,୨୩ ।୧: ଉତ୍ତର ପଶ୍ଚିମ ଭାରତର କିଛି ସ୍ଥାନରେ ଆଗାମୀ କିଛିଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାରି ଭିତରେ ପଶ୍ଚିମ ହିମାଳୟ ଅଞ୍ଚଳରେ ତୁଷାରପାତ ବି ହୋଇପାରେ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୪ ଓ ୨୬ ଜାନୁୟାରୀ ମଧ୍ୟରେ ବର୍ଷା ଓ ତୁଷାରପାତ ହେବା ସହ ଅନ୍ୟ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।
ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) କହିଛି ଯେ ଆରବ ସାଗରରୁ ପଶ୍ଚିମ ହିମାଳୟ ଅଞ୍ଚଳରେ ଅଧିକ ଆର୍ଦ୍ରତା ସହିତ ଜାନୁୟାରୀ ୨୪ରୁ ୨୬ ମଧ୍ୟରେ ଏକ ଆକ୍ଟିଭ ୱେଷ୍ଟର୍ଣ୍ଣ ଡିଷ୍ଟର୍ବେଂସ ଧୀରେ ଧୀରେ ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ସୋମବାର ପଶ୍ଚିମ ହିମାଳୟ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ଏହାପରେ ୨୪ରୁ ୨୬ ଜାନୁୟାରୀ ମଧ୍ୟରେ ଏହା ତୀବ୍ର ହେବ ବୋଲି ଆଶା କରାଯାଉଛି । ୨୪ ଓ ୨୫ରେ ହିମାଚଳ ପ୍ରଦେଶ ଏବଂ ୨୫ ଓ ୨୬ ଜାନୁୟାରୀରେ ଉତ୍ତାଖଣ୍ଡରେ ପ୍ରବଳ ତୁଷାରପାତ ହେବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?