ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍ ବର୍ଷା ଆକଳନ। ମାତ୍ର ଉତ୍ତର ପଶ୍ଚିମ, ଉତ୍ତରପୂର୍ବ, ପୂର୍ବ, ପୂର୍ବ କେନ୍ଦୀୟ ଅଞ୍ଚଳରେ ଅଧିକ ବର୍ଷିବ। ତେବେ ପୂର୍ବ ଭାରତରେ ସ୍ବାଭାବିକ କିମ୍ବା ସ୍ବାଭାବିକଠୁ ଅଧିକ ବର୍ଷା ନେଇ ଆକଳନ କରାଯାଇଛି।
ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବର୍ତ୍ତମାନ ଲଘୁଚାପ ସକ୍ରିୟ ରହିଛି ।