ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨ ଦିନରେ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରଥଯାତ୍ରାରେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ବରଗଡ଼, ଢେଙ୍କାନାଳ, ସୋନପୁର, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ନିଂ ଜାରି ହୋଇଛି। ଶୁକ୍ରବାର ମଧ୍ୟ ସମ୍ୱଲପୁର ଓ ଅନୁଗୋଳ ଜିଲାକୁ ପ୍ରବଳରୁ ଅତି ପ୍ରବଳ ଏବଂ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ଦେବଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁବର୍ଣ୍ଣପୁର ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। ଏହି ସମୟରେ ସମୁଦ୍ର ଆଶାନ୍ତ ରହିବ। ତେଣୁ ୧୭ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri