Posted inଜାତୀୟ

୧୯ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ରେଡ୍‌ ଆଲର୍ଟ

ନୂଆଦିଲ୍ଲୀ, ୧୬।୦୭: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ ଠାରୁ ପୂର୍ବାଞ୍ଚଳ ମହାରାଷ୍ଟ୍ର, କେରଳ ଏବଂ କର୍ଣ୍ଣାଟକ ଆଦି ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି । ୟୁପି, ଗୁଜୁରାଟ ଠାରୁ ନେଇ ବିହାର ଏବଂ ଆସାମ ପର୍ଯ୍ୟନ୍ତ କେତେକ ରାଜ୍ୟରେ ନଦୀବଢି ଜାରି ରହିଛି । ଏହାରି ମଧ୍ୟରେ ସୋମବାର ୟୁପି ସମେତ ୧୯ ରାଜ୍ୟରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି ।

କେରଳ, ଗୋଆ, ମହାରାଷ୍ଟ୍ର, କର୍ଣ୍ଣାଟକ ଏବଂ ଗୁଜୁରାଟର ସୌରାଷ୍ଟ୍ର ଓ କଚ୍ଛରେ ମଙ୍ଗଳବାର ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି ।ଉତ୍ତରାଖଣ୍ଡରେ ୧୭-୧୮, ପୂର୍ବ ରାଜସ୍ଥାନରେ ୧୮, ଓଡ଼ିଶାରେ ୧୯ ଏବଂ ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନାରେ ୧୮-୧୯ ଜୁଲାଇରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri