Posted inଜାତୀୟ

ଦିଲ୍ଲୀ-ଏନସିଆରରେ ଲଗାଣ ବର୍ଷା, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୩ ।୯: ଦିଲ୍ଲୀ-ଏନସିଆରରେ ଗତ ୩ ଦିନ ହେବ ବର୍ଷା ଲାଗି ରହିବା ଫଳରେ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡିଛି । ଦିଲ୍ଲୀ-ଏନିଆରର ଭିନ୍ନ ଭିନ୍ନ ସ୍ଥାନରେ ଜଳ ପ୍ରଳୟ ଦେଖାଦେଇଛି । ଫଳରେ ଲୋକଙ୍କ ସାଧାରଣ ଜୀବନ ଯାତ୍ରା ବାଧାପ୍ରାପ୍ତ ହୋଇଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ସୂଚନା ଅନୁଯାୟୀ, ଶୁକ୍ରବାର ବି ବର୍ଷା ଜାରି ରହିବ । ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୬ ସେପ୍ଟେମ୍ବର ପର୍ଯ୍ୟନ୍ତ ଦିଲ୍ଲୀରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବାର ସମ୍ଭାବନା ରହିଛି । ଏହାପରେ ପାଗରେ ପରିବର୍ତ୍ତନ ହୋଇପାରେ । ହେଲେ ଆକାଶରେ ବାଦଲ ଦେଖାଯିବ । ଏହାସହ ଗୁରୁଗ୍ରାମ ଓ ନଏଡାରେ ବି ଦିଲ୍ଲୀ ଭଳି ପାଣିପାଗ ରହିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଲଗାଣ ବର୍ଷା ଯୋଗୁ ଦିଲ୍ଲୀର ତାପମାତ୍ରା ବି କମ ହୋଇଯାଇଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୮-୨୯ ସେପ୍ଟେମ୍ବରରେ ମୌସୁମୀ ଦିଲ୍ଲୀ-ଏନସିଆରରୁ ବିଦାୟ ନେଇପାରେ । ଅନ୍ୟପଟେ ଶୁକ୍ରବାର ବର୍ଷାର ସମ୍ଭାବନାକୁ ଦେଖି ଗୁରୁଗ୍ରାମ, ନଏଡା, ଗ୍ରେଟର-ନଏଡା, ଗାଜିଆବାଦ ଓ ଫରିଦାବାଦରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ କରି ଦିଆଯାଇଛି । ଏହାସହ ଶୁକ୍ରବାର ବର୍ଷାର ସମ୍ଭାବନାକୁ ଦେଖି ସମସ୍ତ କର୍ପୋରେଟ ଅଫିସ ଓ ଘରୋଇ କମ୍ପାନୀର କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଦିଲ୍ଲୀ ପୋଲିସ ଆଡଭାଇଜରୀ ଜାରି କରି କିଛି ରାସ୍ତା ଦେଇ ଯାତାୟତ ନ କରିବାକୁ ପରାମର୍ଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri