ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୧୩ ତାରିଖରେ ପ୍ରବଳ ବର୍ଷା ହେବା ନେଇ ଉପକୂଳ ସମେତ ଏକାଧିକ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଅପରପକ୍ଷେ ଚଳିତ ମାସରେ ଆଗ ପଛ ହୋଇ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ ପୂର୍ୱାନୁମାନ କରିଛନ୍ତି। ସେ କହିଛନ୍ତି, ୧୩ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଉକ୍ତ ଘୂର୍ଣ୍ଣିବଳୟ ଲଘୁଚାପରେ କେବେ ପରିଣତ ହେବ ସେ ନେଇ ଏବେ ସ୍ପଷ୍ଟ ହୋଇନାହିଁ। ସେହିପରି ୧୭ ତାରିଖରେ ଆଉଏକ ଲଘୁଚାପ ଆସିବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୨ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଡ. ସାହୁ ସୂଚନା ଦେଇଛନ୍ତି।
ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, ରବିବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପୂର୍ୱାନୁମାନ କରାଯାଇଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ୱାର୍ନିଂ ଦିଆଯାଇଛି। ତେବେ କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା…

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri