ଓଡ଼ିଶାରେ ପାଞ୍ଚ ଦିନ ବର୍ଷା: ଏସବୁ ଜିଲାକୁ ଚେତାବନୀ ଜାରି

ଭୁବନେଶ୍ୱର,୧୮ା୯: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଭୁବନେଶ୍ୱର କେନ୍ଦ୍ର ଗୁରୁବାର ଓଡ଼ିଶାରେ ଆଗାମୀ ପାଞ୍ଚ ଦିନ ବର୍ଷା ହେବା ନେଇ ୟେଲୋ ଚେତାବନୀ ଜାରି କରିଛି। ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଓ ୩୦-୪୦ କିମି ପ୍ରତି ଘଣ୍ଟା ବେଗରେ ପବନ ହେବାର ସମ୍ଭାବନା ରହିଛି।

ଶୁକ୍ରବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବରଗଡ଼ରେ ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ରବିବାର ଏବଂ ସୋମବାର ଉପରୋକ୍ତ ଜିଲା ସହ ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ବର୍ଷା ବିଜୁଳି ସହ ଘଡ଼ଘଡ଼ି ସମ୍ଭାବନା ରହିଛି।।

ସେହିପରି ମଙ୍ଗଳବାର ଉପରୋକ୍ତ ଜିଲା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ ନବରଙ୍ଗପୁର ସହ ଘଡ଼ଘଡ଼ି ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର ଜିଲା ପ୍ରଶାସନକୁ ସତର୍କ ରହି ବିଜୁଳିରୁ ସୁରକ୍ଷା ପାଇଁ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା, ବିଜୁଳି ବା ଝଡ଼ ଯୋଗୁ କ୍ଷୟକ୍ଷତି ହେଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri