ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି।

କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବା ସମ୍ଭାବନା ଅଧିକ ବୋଲି ଆଇଏମଡି ବୁଲେଟିନ୍ ଯୋଗ କହିଛି। ଅର୍ଥାତ ଏହା ପୁରୀରୁ ଦୀଘା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।

ପୂର୍ବାନୁମାନ ପଥ ଅନୁଯାୟୀ, ସମ୍ଭାବ୍ୟବାତ୍ୟା ପ୍ରଭାବରେ ଅକ୍ଟୋବର ୨୪ ରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।

ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ସେହିଭଳି କେତେକ ସ୍ଥାନରେ ଆସନ୍ତା ଗୁରୁବାର ଏବଂ ଶୁକ୍ରବାର ଦିନ ୩୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥ – ଜି.ଏଫ୍‌.ଏସ୍‌.ର ମଡେଲ୍‌ ଅନୁସାରେ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନ ୧୪୦ରୁ ୧୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri