ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି।

କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ୨୨ ଅକ୍ଟୋବର ସକାଳ ସୁଦ୍ଧା ଅବପାତ ଏବଂ ୨୩ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରର ପୂର୍ବ ସେଣ୍ଟ୍ରାଲ୍ ଉପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ, ୨୪ ଅକ୍ଟୋବର ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଯାଇ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବା ସମ୍ଭାବନା ଅଧିକ ବୋଲି ଆଇଏମଡି ବୁଲେଟିନ୍ ଯୋଗ କହିଛି। ଅର୍ଥାତ ଏହା ପୁରୀରୁ ଦୀଘା ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।

ପୂର୍ବାନୁମାନ ପଥ ଅନୁଯାୟୀ, ସମ୍ଭାବ୍ୟବାତ୍ୟା ପ୍ରଭାବରେ ଅକ୍ଟୋବର ୨୪ ରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିପାରେ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ଯେ, ୨୩, ୨୪, ୨୫ରେ ତିନି ଧରି ଅଧିକାଂଶ ସ୍ଥାନରେ ବର୍ଷା ହେବ l ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛିl ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।

ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ସେହିଭଳି କେତେକ ସ୍ଥାନରେ ଆସନ୍ତା ଗୁରୁବାର ଏବଂ ଶୁକ୍ରବାର ଦିନ ୩୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପାଣିପାଗ ପୂର୍ବାନୁମାନ ବ୍ୟବସ୍ଥ – ଜି.ଏଫ୍‌.ଏସ୍‌.ର ମଡେଲ୍‌ ଅନୁସାରେ ବାତ୍ୟା ଅତି ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହି ସମୟରେ ପବନ ୧୪୦ରୁ ୧୫୦ କିଲୋମିଟର ବେଗରେ ବହିବା ସମ୍ଭାବନା ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri