ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା ୪୦.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଏହା ତଳକୁ ସମ୍ୱଲପୁର ୪୦ ଡିଗ୍ରୀ ଏବଂ ଟିଟିଲାଗଡରେ ୪୦ ଡିଗ୍ରୀ ରହିଥିଲା। ତେବେ ରବିବାରଠାରୁ ଗରମରୁ ସାମୟିକ ଆଶ୍ୱସ୍ତି ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପୂର୍ବ ଉତ୍ତରପ୍ରଦେଶର ମଧ୍ୟଭାଗରୁ ଛତିଶଗଡ଼ ଉତ୍ତରପ୍ରଦେଶର ମଧ୍ୟଭାଗରୁ ଛତିଶଗଡ଼ ଦେଇ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଥିବା ଟ୍ରଫ୍‌ ଜାରି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ମେଘୁଆ ରହିବା ସହିତ ବିଭିନ୍ନ ସ୍ଥାନରେ ପବନ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ରବିବାର ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ଝଡ଼ବର୍ଷା ସହିତ ଘଡଘଡି ବିଜୁଳି ନେଇ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ସେହିପରି ଅନ୍ୟ ଜିଲାଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦିଆଯାଇଛି।

ତେବେ ଝାରସୁଗୁଡ଼ା ଓ ସମ୍ୱଲପୁର ଜିଲାକୁ ହିଟ୍‌ ଓ୍ୱେଭ୍‌ ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସୋମବାର ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ବର୍ଷା ହେବାକୁ ଥିବାବେଳେ ରାୟଗଡ଼ା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂ ଦିଆଯାଇଛି। ବର୍ଷା ସମୟରେ ଘଡ଼ଘଡ଼ି ବିଜୁଳି ସହିତ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନାଗିରି ଆଦି ଜିଲାକୁ ଘଡ଼ଘଡି ସହ ବର୍ଷା ପବନ ନେଇ ଓ୍ୱେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ମଙ୍ଗଳ ଓ ବୁଧବାର ମଧ୍ୟ ରାଜ୍ୟର କେତେକ ଜିଲାରେ ବର୍ଷା ହେବାକୁ ଥିବାବେଳେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ବର୍ଷା ପବନ ନେଇ ୟେଲୋ ଓ୍ୱାର୍ନିଂ ଦିଆଯାଇଛି। ବର୍ଷା ଯୋଗୁ ଆସନ୍ତା ୪ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ୱାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?