ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ! ସବୁ ଅଧିକାରୀଙ୍କ ଛୁଟି ବାତିଲ୍

କଳାହାଣ୍ଡି,୨୬।୯: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ଏବଂ ଡିପ୍ରେସନ ସୃଷ୍ଟି ହେବ ଯେଉଁଥିପାଇଁ କଳାହାଣ୍ଡି ଜିଲ୍ଲା ପାଇଁ ରେଡ ଆଲର୍ଟ ଘୋଷଣା କରାଯାଇଛି। ତେଣୁ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ କଳାହାଣ୍ଡି ଜିଲାର ସମସ୍ତ ସରକାରୀ ଅଧିକାରୀ ଏବଂ କ୍ଷେତ୍ର କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲାପାଳ ।

ଏହା ବ୍ୟତୀତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଜିଲ୍ଲାପାଳଙ୍କ ଅନୁମତି ବିନା ୨୮ ତାରିଖ ପର୍ଯ୍ୟନ୍ତ ସେମାନଙ୍କ ମୁଖ୍ୟାଳୟ ଛାଡି ନ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ।

ସୂଚନା ଯୋଗ୍ୟ ଯେ ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା ଯଥା- କୋରାପୁଟ,  ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ ଟି ଜିଲ୍ଲା ଯଥା- ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା...

‘ଜଣେ ଚମତ୍କାର ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା’, ଟ୍ରମ୍ପ-ଏପଷ୍ଟାଇନଙ୍କ ସମ୍ପର୍କକୁ ନେଇ ମଲରେ ଲାଗିଲା ରେପ୍ଲିକା, ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ଓ୍ବାଶିଂଟନ,୨୦।୧: ୱାଶିଂଟନ ଡି.ସି.ର ନ୍ୟାସନାଲ ମଲରେ ରାତାରାତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ଏକ ୧୦ ଫୁଟ ଉଚ୍ଚ ପ୍ରତିକୃତି ବା ରେପ୍ଲିକା। ଏହା ଡୋନାଲ୍ଡ...

୩୮୯ ଜଣଙ୍କର ଜଣେ ବାପା, ଆଉ ଜଣଙ୍କର ୩୧୦ ପିଲା… ପଶ୍ଚିମବଙ୍ଗର SIR ଖୋଲିଲା ଏମିତି ରାଜ୍‌, ସଭିଏଁ ଚକିତ

କୋଲକାତା,୨୦।୧: ପଶ୍ଚିମବଙ୍ଗ ଭୋଟର ତାଲିକା ଯାଞ୍ଚ (SIR) ଅଭିଯାନ ସମୟରେ ଏପରି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଯାହା କେବଳ ନିର୍ବାଚନ କମିଶନଙ୍କୁ ନୁହେଁ ବରଂ...

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ...

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର...

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି...

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ...

ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri