ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ! ସବୁ ଅଧିକାରୀଙ୍କ ଛୁଟି ବାତିଲ୍

କଳାହାଣ୍ଡି,୨୬।୯: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ଏବଂ ଡିପ୍ରେସନ ସୃଷ୍ଟି ହେବ ଯେଉଁଥିପାଇଁ କଳାହାଣ୍ଡି ଜିଲ୍ଲା ପାଇଁ ରେଡ ଆଲର୍ଟ ଘୋଷଣା କରାଯାଇଛି। ତେଣୁ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ କଳାହାଣ୍ଡି ଜିଲାର ସମସ୍ତ ସରକାରୀ ଅଧିକାରୀ ଏବଂ କ୍ଷେତ୍ର କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲାପାଳ ।

ଏହା ବ୍ୟତୀତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଜିଲ୍ଲାପାଳଙ୍କ ଅନୁମତି ବିନା ୨୮ ତାରିଖ ପର୍ଯ୍ୟନ୍ତ ସେମାନଙ୍କ ମୁଖ୍ୟାଳୟ ଛାଡି ନ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ।

ସୂଚନା ଯୋଗ୍ୟ ଯେ ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ ଟି ଜିଲ୍ଲା ଯଥା- କୋରାପୁଟ,  ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ ଟି ଜିଲ୍ଲା ଯଥା- ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ବର୍ଷାକୁ ନଜରରେ ରଖି ଏହାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri