Posted inଜାତୀୟ

ମାଡିଆସୁଛି ବାତ୍ୟା ତାଉକ୍ତାଏ: ଏହି ରାଜ୍ୟରେ ରଚିପାରେ ତାଣ୍ଡବ

ଅହମ୍ମଦାବାଦ,୧୩।୫: ଭାରତରେ କରୋନା ମହାମାରୀ ମଧ୍ୟରେ ଗୁଜରାଟରେ ବାତ୍ୟା ଆଶଙ୍କା ରହିଛି। ଆଗାମୀ ଦିନରେ ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ମେ ୧୭ ଏବଂ ୧୮ରେ ଗୁଜରାଟରେ ଏହି ବାତ୍ୟା ସୃଷ୍ଟି ହୋଇପାରେ ବୋଲି ଏକ ସମ୍ଭାବନା ଅଛି। ତେବେ ଏହି ଘୂର୍ଣ୍ଣିବଳୟ ପାକିସ୍ତାନର କରାଚି ଉପକୂଳରେ ପଡିପାରେ କିନ୍ତୁ ଗୁଜରାଟର ସମୁଦ୍ର କୂଳରେ ମଧ୍ୟ ଏହାର ପ୍ରଭାବ ପଡିପାରେ। ଗୁଜରାଟରେ ଏଭଳି ବାତ୍ୟା ସମ୍ଭାବାକୁ ଦୃଷ୍ଟିରେ ରଖି ରାଜ୍ୟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଏକ ବୈଠକ କରି ଉପକୂଳବର୍ତ୍ତୀ ଜିଲାର ଅଧିକାରୀମାନଙ୍କୁ ସଜାଗ ରହିବାକୁ ଏବଂ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ-ମଧ୍ୟ ଆରବ ସାଗରରେ ଘୂର୍ଣ୍ଣିବଳୟ ଯୋଗୁ ଗୁଜରାଟର ଉପକୂଳବର୍ତ୍ତୀ ଅଞ୍ଚଳରେ ବଜ୍ରପାତ ହୋଇପାରେ ବୋଲି ଅଧିକାରୀମାନେ ପୂର୍ବାନୁମାନ କରିଛନ୍ତି। ତେବେ ଏହି ଘୂର୍ଣ୍ଣିବଳୟ ଗୁଜରାଟକୁ ପ୍ରଭାବିତ କରିବ ବୋଲି ଚେତାବନୀ ନାହିଁ। ଗୃହମନ୍ତ୍ରୀ ପ୍ରଦିପ ସିଂ ଜାଡେଜା ଗାନ୍ଧୀନଗରରେ ଗଣମାଧ୍ୟମକୁ କହିଛନ୍ତି ଯେ, ତାଉକ୍ତାଏ ବାତ୍ୟାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ଯେ, ଅନୁମାନ କରାଯାଉଛି ଯେ, ଯଦି ଘୂର୍ଣ୍ଣିବଳୟ ଘଟେ ତେବେ ଏହା ଗୁଜରାଟର ସୌରାଷ୍ଟ୍ର ଏବଂ କୁଚ ଅଞ୍ଚଳ ଉପରେ ପ୍ରଭାବ ପକାଇବ, ଏଭଳି ପରିସ୍ଥିତିରେ ଲୋକଙ୍କ ସୁରକ୍ଷା ପାଇଁ ସମସ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ପାଣିପାଗ ବିଭାଗ କହିଛି ଯେ, ମେ ୧୪ ସକାଳେ ଦକ୍ଷିଣ ଆରବ ସାଗରରେ ଏକ ନିମ୍ନ ଚାପ ସୃଷ୍ଟି ହୋଇପାରେ ଏବଂ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଏବଂ ଦକ୍ଷିଣ-ପୂର୍ବ ଆରବ ସାଗରରେ ଲାକ୍ଷାଦ୍ୱୀପ ଆଡକୁ ଗତି କରିବାର ସମ୍ଭାବନା ରହିଛି। ମେ ୧୬ରେ ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?